ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ ଜଣ କରୋନା ଆକ୍ରାନ୍ତ

Published: Feb 12, 2021, 7:35 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୧, ମୟୂରଭଞ୍ଜରୁ ୯, ବାଲେଶ୍ବରରୁ ୬, ବରଗଡରୁ ୬, କଟକରୁ ୬, ଅନୁଗୁଳରୁ ୫, ଖୋର୍ଦ୍ଧାରୁ ୫, ସମ୍ବଲପୁରରୁ ୪, ଗଜପତିରୁ ୩, ରାୟଗଡ଼ାରୁ ୩, ଗଞ୍ଜାମରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, ନୂଆପଡ଼ାରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧  ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ କୁ ବୃଦ୍ଧି ହୋଇଛି। ତେବେ ୭୨୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts