କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୧୯୪  ଆକ୍ରାନ୍ତ ଚିହ୍ନଟ

Published: Feb 14, 2021, 10:13 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୧୯୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯ ଲକ୍ଷ ୪ ହଜାର ୯୪୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୬୪୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୧୧ ହଜାର ୭୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୩୭ ହଜାର ୫୬୭ ଆକ୍ଟିଭ୍‌ କେସ୍ ରହିଛି।

Related posts