Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନମୋ ଟିଭିକୁ ନେଇ ନିର୍ବାଚନ କମିଶନଙ୍କ ଜବାବ
ଆଜିର ଖବର

ନମୋ ଟିଭିକୁ ନେଇ ନିର୍ବାଚନ କମିଶନଙ୍କ ଜବାବ

April 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ ନମୋ ଟିଭିର ଲଞ୍ଚ ନେଇ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟକୁ ନିର୍ବାଚନ କମିଶନଙ୍କ ନୋଟିସ ଜାରି କରିଛନ୍ତି । ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏହାର ଉତ୍ତର ରଖାଯାଇ କୁହାଯାଇଛି ଯେ, ଏହା ବିଜେପି ପକ୍ଷରୁ ପ୍ରକାଶିତ କରାଯାଉଥିବା ଏକ କାର୍ଯ୍ୟକ୍ରମ ଏଥିରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟର କୌଣସି ଭୂମିକା ନାହିଁ । ନମୋ ଟିଭି ହେଉଛି ଏକ ୨୪ଘଣ୍ଟିଆ ଟିଭି ଚ୍ୟାନେଲ ଯାହାକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନୀ କ୍ୟାମ୍ପେନ୍‌କୁ ପ୍ରଚାର କରିବା ପାଇଁ ମାର୍ଚ୍ଚ ୩୧ରେ ଲଞ୍ଚ କରାଯାଇଥିଲା । ମାର୍ଚ୍ଚ୩୧ ତାରିଖରେ କାର୍ଯ୍ୟକ୍ରମ ପ୍ରସାରଣ ପରେ ଏହି ମାମଲା ନେଇ ଉଭୟ ଆପ୍‌ ଏବଂ କଂଗ୍ରେସ ନିର୍ବାଚନ କମିଶନଙ୍କ ଦ୍ବାରସ୍ଥ ହୋଇଥିଲେ । ପ୍ରଧାନମନ୍ତ୍ରୀଙ୍କ ନାମରେ ଚାଲୁଥିବା ଏହି  ୨୪ଘଣ୍ଟିଆା ଚ୍ୟାନେଲ୍‌ରେ ପ୍ରଧାନମନ୍ତ୍ରୀଙ୍କ ଲୋଗୋ ରହିଥିବାବେଳେ ଏଥିରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଏବଂ ଲୋକସଭା ନିର୍ବାଚନ ରାଲି ଗୁଡିକର ଲାଇଭ ଷ୍ଟ୍ରିମିଂ ଦେଖିବାକୁ ମିଳୁଛି । ଏହା ସହିତ ବିଭିନ୍ନ ବିଜେପି ନେତାଙ୍କ ସାକ୍ଷାତ କାର ମଧ୍ୟ ଏହି ଚ୍ୟାନେଲରେ ଦେଖିବାକୁ ମିଳୁଛି । ଆପ୍‌ ଲିଗାଲ୍‌ ସେଲ୍‌ ପକ୍ଷରୁ ନିର୍ବାଚନ କମିଶନଙ୍କୁ ଲେଖା ଯାଇଥିବା ପତ୍ରରେ ଉଲ୍ଲେଖ ରହିଛି ଯେ, ଆଦର୍ଶ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇ ସାରିବା ପରେ ବିଜେପି କିଭଳି ଭାବରେ ଏହି ଚ୍ୟାନେଲର ଲଞ୍ଚ କରିପାରିଲା । ସେହିପରି ଦୂରଦର୍ଶନରେ ପ୍ରସାରିତ ହୋଇଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକ୍ରମ ମେ ଭି ଚୌକିଦାର କାର୍ଯ୍ୟକ୍ରମକୁ ନେଇ ମଧ୍ୟ ବିବାଦ ଦେଖାଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.