କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୬୪୯  ଆକ୍ରାନ୍ତ ଚିହ୍ନଟ

Published: Feb 15, 2021, 10:28 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୬୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯ ଲକ୍ଷ ୧୬ ହଜାର ୫୮୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୭୩୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୨୧ ହଜାର ୨୨୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୩୯ ହଜାର ୬୩୭ ଆକ୍ଟିଭ୍‌ କେସ୍ ରହିଛି।

Related posts