Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର-ପୂର୍ବ ଭାରତର ବିକାଶ ନେଇ ବୈଦେଶିକ ମନ୍ତ୍ରୀ ଓ ଜାପାନ ରାଷ୍ଟ୍ରଦୂତଙ୍କ ସହ ବୈଜୟନ୍ତ ପଣ୍ଡାଙ୍କ ଆଲୋଚନା
ଆଜିର ଖବର

ଉତ୍ତର-ପୂର୍ବ ଭାରତର ବିକାଶ ନେଇ ବୈଦେଶିକ ମନ୍ତ୍ରୀ ଓ ଜାପାନ ରାଷ୍ଟ୍ରଦୂତଙ୍କ ସହ ବୈଜୟନ୍ତ ପଣ୍ଡାଙ୍କ ଆଲୋଚନା

February 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଡ଼ଃ ଏସ. ଜୟଶଙ୍କର ଭାରତରେ ଅବସ୍ଥାପିତ ଜାପାନ ରାଷ୍ଟ୍ରଦୂତ ସତୋଷୀ ସୁଜୁକି ଗତକାଲି ଆସାମ ଗସ୍ତରେ ଯାଇଥିବା ବେଳେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା ସେମାନଙ୍କ ସହ ଉତ୍ତର-ପୂର୍ବ ଭାରତର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଆସାମ ଏବଂ ସମଗ୍ର ଉତ୍ତର-ପୂର୍ବ ଭାରତରେ ହୋଇଥିବା ବିଭନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ତଥା ଆଗକୁ ଅନ୍ୟ ବିକାଶ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱପ୍ନ ଏବଂ ତାଙ୍କ ଦୃଷ୍ଟିକୋଣ ବିଷୟରେ ଶ୍ରୀଯୁକ୍ତ ପଣ୍ଡା ଉଭୟଙ୍କୁ ଅବଗତ କରାଇଥିବା ବେଳେ ଭାରତ-ଜାପାନ ଦ୍ୱିପାକ୍ଷିକ ସମ୍ପର୍କ ବିଷୟରେ ମଧ୍ୟ ଆଲୋଚନା କରିଥିଲେ।

ଆଜି ସକାଳେ ଶ୍ରୀଯୁକ୍ତ ପଣ୍ଡା କେନ୍ଦ୍ରମନ୍ତ୍ରୀ, ଜାପାନ ରାଷ୍ଟ୍ରଦୂତ ତଥା ଆସାମ ନେତା ତଥା ବିଭାଗୀୟ ଅଧିକାରୀଙ୍କ ସହ ଗୌହାଟୀଠାରେ ଜାପାନ ଅନ୍ତର୍ଜାତୀୟ କର୍ପୋରେସନ ଏଜେନ୍ସି (ଜେଆଇସିଏ) ଦ୍ୱାରା ବିକଶିତ ହେଉଥିବା ଜଳ ପ୍ରକଳ୍ପ କ୍ଷେତ୍ର ପରିଦର୍ଶନ କରିଥିଲେ। ଏହାପରେ ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ରଠାରେ ଏକ ଜନସଭାରେ ଶ୍ରୀଯୁକ୍ତ ପଣ୍ଡା ଯୋଗଦେଇ ଜନତାଙ୍କୁ ସମ୍ବୋଧିତ କରିଥିଲେ।

ଏବାବଦରେ ଶ୍ରୀଯୁକ୍ତ ପଣ୍ଡା କହିଥିଲେ ଯେ ଆସାମ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଡ଼ଃ ଏସ. ଜୟଶଙ୍କର ଓ ଜାପାନ ରାଷ୍ଟ୍ରଦୂତ ସତୋଶୀ ସୁଜୁକିଙ୍କ ସମେତ ଆସାମ ଅର୍ଥ ମନ୍ତ୍ରୀ ହିମନ୍ତବିଶ୍ୱ ଶର୍ମା, ପରିବହନ ମନ୍ତ୍ରୀ ଚନ୍ଦ୍ରମୋହନ ପାଟୋୱାରୀ ଏବଂ ଅନ୍ୟମାନଙ୍କ ସହ ଭାରତ-ଜାପାନ ଦ୍ୱିପାକ୍ଷିକ ସମ୍ପର୍କ ତଥା ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଉତ୍ତରପୂର୍ବାଞ୍ଚଳର ବିକାଶକୁ ପ୍ରାଧାନ୍ୟ ଦେବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛି। ଦୀର୍ଘ ଦଶନ୍ଧି ଧରି ଯେଉଁ ବିକାଶ ଉତ୍ତର-ପୂର୍ବ ଭାରତରେ ହୋଇପାରୁନଥିଲା, ତାହା ଗତ କିଛି ବର୍ଷ ମଧ୍ୟରେ ବିଜେପି ସରକାର ସମୟରେ ହୋଇଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଉତ୍ତର-ପୂର୍ବାଞ୍ଚଳ ତଥା ପୂର୍ବୋଦୟ ବିକାଶ ଅଭିଯାନ ପାଇଁ ନିରନ୍ତର ପ୍ରଚେଷ୍ଟା ଚାଲିଛି ବୋଲି ସେ କହିଛନ୍ତି।

ଉତ୍ତର-ପୂର୍ବ ଭାରତ ଜାପାନ ରାଷ୍ଟ୍ରଦୂତ ବୈଜୟନ୍ତ ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.