କରୋନାରେ ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୧୨କୁ ବୃଦ୍ଧି

Published: Feb 16, 2021, 6:14 pm IST

ଭୁବନେଶ୍ବର: ଆଜି କରୋନାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ ମୃତକଙ୍କ ସଂଖ୍ୟା ୧୯୧୨କୁ ବୃଦ୍ଧି ହୋଇଛି। ଆଜି କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ଜଣେ ମହିଳା ଏବଂ ତାଙ୍କର ବୟସ ୭୩ ବର୍ଷ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ।

 

Related posts