ଆଜି ରାଜଧାନୀ ଭୁବନେଶ୍ବରରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

Published: Feb 16, 2021, 7:59 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts