ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ ଜଣ କରୋନା ଆକ୍ରାନ୍ତ

Published: Feb 16, 2021, 8:54 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ମୟୂରଭଞ୍ଜରୁ ୭, ଝାରସୁଗୁଡାରୁ ୬, ବାଲେଶ୍ବରରୁ ୫, କଟକରୁ ୫, ବରଗଡରୁ ୪, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, କଳାହାଣ୍ଡିରୁ ୩, କେନ୍ଦୁଝରରୁ ୩, ପୁରୀରୁ ୩, ରାୟଗଡ଼ାରୁ ୩, ନୂଆପଡାରୁ ୨, ଖୋର୍ଦ୍ଧାରୁ ୧, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨୨ କୁ ବୃଦ୍ଧି ହୋଇଛି। ତେବେ ୬୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts