କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୮୮୧ ଆକ୍ରାନ୍ତ ଚିହ୍ନଟ

Published: Feb 18, 2021, 10:29 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୮୮୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୯ ଲକ୍ଷ ୫୦ ହଜାର ୨୦୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୧୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୫୬ ହଜାର ୮୪୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୩୭ ହଜାର ୩୪୨ ଆକ୍ଟିଭ୍‌ କେସ୍ ରହିଛି।

 

Related posts