ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୪ ଜଣ କରୋନା ଆକ୍ରାନ୍ତ

Published: Feb 21, 2021, 9:04 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୦, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ପୁରୀରୁ ୬, ବଲାଙ୍ଗୀରିରୁ ୨, ଝାରସୁଗୁଡାରୁ ୨, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨, ବରଗଡରୁ ୧, ବରଗଡରୁ ୧, ଭଦ୍ରକରୁ ୧, ଗଞ୍ଜାମରୁ ୧, କଳାହାଣ୍ଡିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୧୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୨ କୁ ବୃଦ୍ଧି ହୋଇଛି। ତେବେ ୫୬୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts