ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୧୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୫ ହଜାର ୮୫୦ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୩୮୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୯୯ ହଜାର ୪୧୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍ କେସ୍ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୫୦ ହଜାର ୫୫ ଆକ୍ଟିଭ୍ କେସ୍ ରହିଛି।
Tags: ଆକ୍ରାନ୍ତ ଚିହ୍ନଟ, କରୋନା ଅପଡେଟ୍