ରାଜ୍ୟରେ ଆଜି ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Feb 22, 2021, 11:35 am IST

ଭୁବନେଶ୍ବର: ଆଜି ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୦୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୧୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୩୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୩ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୬୯ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୧, ଝାରସୁଗୁଡ଼ା ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ଼ ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଏବଂ ସୋନପୁର ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts