
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଦୁଇ ଆକ୍ରାନ୍ତ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୫୬ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।