
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୭, ନୂଆପଡ଼ାରୁ ୬, ସମ୍ବଲପୁରରୁ ୬, ବାଲେଶ୍ବରରୁ ୫, ବଲାଙ୍ଗୀରିରୁ ୫, ଯାଜପୁରରୁ ୫, ସୁନ୍ଦରଗଡରୁ ୫, ଝାରସୁଗୁଡାରୁ ୩, ପୁରୀରୁ ୩, ଢେଙ୍କାନାଳରୁ ୨, ସୋନପୁରରୁ ୧, ଅନୁଗୁଳରୁ ୧, କଟକରୁ ୧, କଳାହାଣ୍ଡିରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୨୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ କୁ ବୃଦ୍ଧି ହୋଇଛି। ତେବେ ୫୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।