ରାଜ୍ୟରେ ଆଜି ୬୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Feb 24, 2021, 12:08 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୦ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୮୩୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୨୪୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୨୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୬୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୧, ଅନୁଗୋଳ ଜିଲ୍ଲାରୁ ୩, ବାଲେଶ୍ୱର ଜିଲ୍ଲାରୁ ୬ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲାରୁ ୧, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, ମାଲକାନଗିରି ଜିଲ୍ଲାରୁ ୧, ନବରଂଗପୁର ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୩, ରାୟଗଡା ଜିଲ୍ଲାରୁ ୧, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts