
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୨୭, ବରଗଡ ଜିଲ୍ଲାରୁ ୧୦, ପୁରୀରୁ ୯, ଅନୁଗୁଳରୁ ୭, କେନ୍ଦୁଝରରୁ ୫, ରାୟଗଡ଼ାରୁ ୫, ବଲାଙ୍ଗୀରିରୁ ୪, ସମ୍ବଲପୁରରୁ ୪, ବାଲେଶ୍ବରରୁ ୩, ଖୋର୍ଦ୍ଧାରୁ ୨, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୨, ବୌଦ୍ଧରୁ ୧, କଟକରୁ ୧, ଦେବଗଡ଼ରୁ ୧, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୩୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୮୩୫ କୁ ବୃଦ୍ଧି ହୋଇଛି। ତେବେ ୫୩୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।