କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୫୭୭ ଆକ୍ରାନ୍ତ ଚିହ୍ନଟ

Published: Feb 26, 2021, 10:41 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୫୭୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୦ ଲକ୍ଷ ୬୩ ହଜାର ୪୯୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୮୨୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୫୦ ହଜାର ୬୮୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫୫ ହଜାର ୯୮୬ ଆକ୍ଟିଭ୍‌ କେସ୍ ରହିଛି।

Related posts