Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଟେଟ ଉପରେ ପ୍ରତିବନ୍ଧକ ଲାଗି କରାଯାଇ ନାହିଁ କୌଣସି ନୂଆ ବ୍ୟବସ୍ଥା
ଆଜିର ଖବର

କଂଟେଟ ଉପରେ ପ୍ରତିବନ୍ଧକ ଲାଗି କରାଯାଇ ନାହିଁ କୌଣସି ନୂଆ ବ୍ୟବସ୍ଥା

February 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, ୨୦୨୧ର ଭାଗ ଓଓଓର ନିୟମ ୧୬ ସଂକ୍ରାନ୍ତରେ କେତେକ ଭୁଲ ଧାରଣା ସୃଷ୍ଟି କରାଯାଇଛି। କୁହାଯାଉଛି ଯେ, ଜରୁରିକାଳୀନ ସ୍ଥିତିରେ ଡିଜିଟାଲ ମିଡିଆରେ ପ୍ରସାରିତ କେତେକ କଂଟେଟ ଉପରେ ପ୍ରତିବନ୍ଧକ ଲାଗୁ କରିବା ନିମନ୍ତେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ନିର୍ଦ୍ଦେଶ ଜାରି କରିପାରିବେ।

ମାତ୍ର ଏଠାରେ ସ୍ପଷ୍ଟ କରି ଦିଆଯାଉଛି ଯେ, ଏହା କୌଣସି ନୂଆ ବ୍ୟବସ୍ଥା ନୁହେଁ। ବିଗତ ୧୧ ବର୍ଷ ଧରି, ୨୦୦୯ ପରଠାରୁ, ସୂଚନା ପ୍ରଯୁକ୍ତି (ଜନସାଧାରଣଙ୍କୁ ମିଳୁଥିବା ସୂଚନା ଉପରେ ପ୍ରତିବନ୍ଧକ ଲଗାଇବା ଲାଗି ପ୍ରକ୍ରିୟା ଓ ସୁରକ୍ଷା ବ୍ୟବସ୍ଥା) ନିୟମାବଳୀ, ୨୦୦୯ ଅନ୍ତର୍ଗତ ଏହି ବ୍ୟବସ୍ଥାକୁ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରଣାଳୟର ସଚିବ କାର୍ଯ୍ୟକାରୀ କରି ଆସୁଥିଲେ।

୨୫ ଫେବୃଆରୀ, ୨୦୨୧ରେ ଜାରି ହୋଇଥିବା ନିୟମାବଳୀ ଅନ୍ତର୍ଗତ କେବଳ ଏହି ବ୍ୟବସ୍ଥାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବଙ୍କ କ୍ଷମତା ଅଧୀନକୁ ଅଣାଯାଇଛି। କାରଣ ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, ୨୦୨୧କୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ କାର୍ଯ୍ୟକାରୀ କରିବ।

ଏହା ପୁନଃସ୍ପଷ୍ଟ କରି ଦିଆଯାଉଛି ଯେ- ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, ୨୦୨୧ ଅନ୍ତର୍ଗତ କଂଟେଟ ବ୍ଲକ୍ କରିବା ଲାଗି ବ୍ୟବସ୍ଥାରେ କୌଣସି ପରିବର୍ତନ କରାଯାଇ ନାହିଁ କିମ୍ବା କୌଣସି ନୂଆ ବ୍ୟବସ୍ଥା ମଧ୍ୟ କରାଯାଇନାହିଁ।

ଡିଜିଟାଲ ମିଡିଆ ପ୍ରତିବନ୍ଧକ
Share. Facebook Twitter LinkedIn Email WhatsApp Copy Link

Related Posts

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Latest News

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.