
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସମ୍ବଲପୁରରୁ ୧୧, ସୁନ୍ଦରଗଡରୁ ୭, ବଲାଙ୍ଗୀରିରୁ ୫, ବରଗଡରୁ ୪, ଦେବଗଡରୁ ୪, କଟକରୁ ୩, ଝାରସୁଗୁଡାରୁ ୩, ଖୋର୍ଦ୍ଧାରୁ ୩, ମୟୂରଭଞ୍ଜରୁ ୩, ନୂଆପଡ଼ାରୁ ୩, ବାଲେଶ୍ବରରୁ ୨, ଅନୁଗୁଳରୁ ୧, ବୌଦ୍ଧରୁ ୧, କଳାହାଣ୍ଡିରୁ ୧ ଏବଂ ପୁରୀରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୯୧ କୁ ବୃଦ୍ଧି ହୋଇଛି। ତେବେ ୫୯୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।