ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଟୀକା ଗ୍ରହଣ କରିଛନ୍ତି। ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ ସେ ଏହି ଟୀକା ଗ୍ରହଣ କରିଛନ୍ତି। ଟୀକା ନେବା ପରେ ମୁଖ୍ୟମନ୍ତ୍ରୀ ସମସ୍ତ ସ୍ବାସ୍ଥ୍ୟ କର୍ମିଙ୍କୁ ଧନ୍ୟବାଦ ଦେଇଛନ୍ତି। ଏଥିସହିତ ଟୀକା ବାହାର କରିଥିବା ବିଶେଷଜ୍ଞଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି। ଏହି ଟୀକାକରଣ କାର୍ଯ୍ୟରେ ସମସ୍ତେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ଆଜି 60 ବର୍ଷରୁ ଉର୍ଦ୍ଧ ବ୍ୟକ୍ତିମାନଙ୍କୁ ଟୀକାକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିରେ ପ୍ରଥମେ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୀକା ଗ୍ରହଣ କରିଥିଲେ। ଏହି ଟୀକାକରଣ ଓଡିଶାରେ ଉଭୟ ସରକାରୀ ଏବଂ ବେସରକାରୀ ଚିକିତ୍ସାଳୟରେ ପ୍ରଦାନ କରାଯାଉଛି।