
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୨୮୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୧ ଲକ୍ଷ ୨୪ ହଜାର ୫୨୭ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୨୪୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୯୮ ହଜାର ୯୨୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୮ ହଜାର ୩୮୫ ଆକ୍ଟିଭ୍ କେସ୍ ରହିଛି।
Tags: ଆକ୍ରାନ୍ତ ଚିହ୍ନଟ, କରୋନା ଅପଡେଟ୍