
କେନ୍ଦ୍ରାପଡା: କେନ୍ଦ୍ରାପଡା ସଦରଥାନା ଅଧିନ କପାଳେଶ୍ୱର ପଂଚାୟତର କପାଳେଶ୍ୱର ଗ୍ରାମରେ ଗ୍ୟାସ ସିଲିଣ୍ଡର ଫାଟି ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡିଛି। ସେହି ଗ୍ରାମର ସାବିର ମହମ୍ମଦଙ୍କ ଘରେ ରୋଷେଇ ଚାଲୁଥିବା ବେଳେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା। ଏଥିରେ ସାବିର୍ ଗୁରୁତର ଭାବେ ଆହତ ହୋଇ କେନ୍ଦ୍ରାପଡା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ତେବେ ଏହାକୁ ନେଇ ସ୍ଥାନୀୟ ଅଂଚଳରେ ଭିନ୍ନମତ ପ୍ରକାଶ ପାଇଛି। ଏହି ଘଟଣାକୁ ନେଇ ତଦନ୍ତ କରାଗଲେ ପ୍ରକୃତ ଘଟଣା ଜଣାପଡିବ ବୋଲି ଜଣାପଡିଛି।