Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଡ଼ିନି ମହାମାରୀର ପ୍ରଭାବ: ସୋଆର ୮୫ ପ୍ରତିଶତ ଇଞ୍ଜିନିୟରିଂ ଗ୍ରାଜୁଏଟ୍‌ଙ୍କ ପାଇଁ ଉଚ୍ଚମାନର ନିଯୁକ୍ତି ସୁଯୋଗ
ଆଜିର ଖବର

ପଡ଼ିନି ମହାମାରୀର ପ୍ରଭାବ: ସୋଆର ୮୫ ପ୍ରତିଶତ ଇଞ୍ଜିନିୟରିଂ ଗ୍ରାଜୁଏଟ୍‌ଙ୍କ ପାଇଁ ଉଚ୍ଚମାନର ନିଯୁକ୍ତି ସୁଯୋଗ

March 2, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସୋଆ
କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ୍‌-୨୦୨୬: ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

ଭୁବନେଶ୍ୱର: ଉଚ୍ଚଶିକ୍ଷା କ୍ଷେତ୍ରରେ ଓଡ଼ିଶାର ଏକ ନମ୍ବର ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର ୨୦୨୧ ବ୍ୟାଚ୍‌ର ୮୫ ପ୍ରତିଶତ ଇଞ୍ଜିନିୟରିଂ ଛାତ୍ରଛାତ୍ରୀ ପ୍ରମୁଖ କମ୍ପାନୀଗୁଡ଼ିକରେ ଉଚ୍ଚମାନର ନିଯୁକ୍ତି ସୁଯୋଗ ପାଇଛନ୍ତି।

କୋଭିଡ ମହାମାରୀର କରାଳ ଛାୟା ଶିକ୍ଷା ବ୍ୟବସ୍ଥା ଉପରେ ଭୟଙ୍କର ଭାବେ ପଡ଼ିଥିବା ସତ୍ୱେ ନିଯୁକ୍ତି କ୍ଷେତ୍ରରେ ଖୁବ୍ ସଫଳତା ସାଉଁଟିଛି ସୋଆ। ପ୍ରାୟ ୩୦% ଛାତ୍ରଛାତ୍ରୀ ଡେ-ଜିରୋ ଅର୍ଥାତ୍ ପ୍ରିମିୟମ୍ ନିଯୁକ୍ତି ପ୍ରକ୍ରିୟାରେ ମାଇକ୍ରୋସଫ୍‌ଟ, ଆମାଜନ୍‌, ଫିନାଷ୍ଟ୍ରା, ରବର୍ଟ ବୋସ୍‌, ଡେଲ୍‌, ପିଡବ୍ଲୁସି, କ୍ଲାଉଡ୍‌ଗିନ୍‌, ଡେଲଏଟ୍‌, ଏଚ୍‌ପି ଆଇଏନ୍‌ସି, ଟେମେନସ୍‌, ଇନ୍‌ଫର୍ମାଟିକା,ଏମ୍‌ଏକ୍‌ୁ୍ୟ ସଫ୍ଟୱେୟାର୍‌, ଏନ୍‌ପିସିଆଇ, ସେଲ୍ସଫୋର୍ସ ଏବଂ ରାପ୍ୟୁଟା ରୋବୋଟିକ୍ସ ଭଳି କମ୍ପାନୀରେ ବାର୍ଷିକ ହାରାହାରି ୬.୩ ଲକ୍ଷ ଟଙ୍କାର ପ୍ୟାକେଜ୍‌ରେ ନିଯୁକ୍ତି ପାଇଥିବା ବେଳେ ଏମାନଙ୍କ ମଧ୍ୟରୁ ସର୍ବାଧିକ ଆମାଜନ୍ ଭଳି କମ୍ପାନୀ ଠାରୁ ବାର୍ଷିକ ୩୦ ଲକ୍ଷ ଟଙ୍କା ପ୍ୟାକେଜ୍‌ର ଅଫର ପାଇଛନ୍ତି। ମହାମାରୀ ସତ୍ୱେ ଅଧିକାଂଶ ଛାତ୍ରଛାତ୍ରୀ ଏକାଧିକ କମ୍ପାନୀରେ ନିଯୁକ୍ତି ଅଫର ପାଇଛନ୍ତି।

ଅନ୍ୟ ୫୫ % ଛାତ୍ରଛାତ୍ରୀ ପ୍ରତିଷ୍ଠିତ ମଲ୍ଟି ନ୍ୟାସ୍‌ନାଲ୍ କମ୍ପାନୀ ଏବଂ ଡେ-ୱାନ୍ ଏବଂ ଡେ-ଟୁ ନିଯୁକ୍ତିଦାତା ଇନ୍‌ଫୋସିସ୍‌, ୱିପ୍ରୋ, କଗ୍ନିଜାଂଟ, କେପ୍‌ଜେମିନି, ଡିଏକ୍ସସି, ହେକ୍ସାୱେର୍‌, ଏଚ୍‌ସିଏଲ୍‌, ଏନ୍‌ଆଇଆଇଟି ଟେକ୍ନୋଲୋଜିସ୍‌, ଏଲ୍ ଆଣ୍ଡ ଟି ଟେକ୍ନୋଲୋଜିସ୍‌, ଇନ୍‌ଫୋଗେନ୍‌, ଟୁଡିପ ଟେକ୍ନୋଲୋଜିସ୍‌, ଭି-କନ୍‌ଷ୍ଟ୍ରକ୍ଟ, ଏନ୍‌ସିସି, ଗ୍ଳୋବାଲ୍ ଏଜ୍ ଏବଂ ଅନ୍ୟାନ୍ୟ ବିଭିନ୍ନ କମ୍ପାନୀରୁ ନିଯୁକ୍ତ ଅଫର ପାଇଛନ୍ତି।

ଏହା ବ୍ୟତୀତ ଖ୍ୟାତି ସମ୍ପନ୍ନ ଡିଜିଟାଲ୍ ମାର୍କେଟିଂ କର୍ପୋରେଟ୍ ମିଡିଆମିଂଟ୍ ମଧ୍ୟ ଏମ୍‌ଓୟୁ ମାଧ୍ୟମରେ ସୋଆର ପ୍ରତିଭାବାନ୍ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ଦେବା ପାଇଁ ଆଗ୍ରହ ପ୍ରକାଶ କରିଛି। କ୍ୟାମ୍ପସ୍ ନିଯୁକ୍ତି ପ୍ରକ୍ରିୟାର ଶେଷ ସୁଦ୍ଧା ପ୍ରାୟ ୯୫ ପ୍ରତିଶତ ଛାତ୍ରଛାତ୍ରୀ ନିଯୁକ୍ତିର ସୁଯୋଗ ପାଇପାରିବେ ବୋଲି ଆଶା କରାଯାଉଛି।

ଚଳିତ ବର୍ଷ ଆଇଟିଇଆର୍‌ର କ୍ୟାମ୍ପସ୍ ନିଯୁକ୍ତି ପ୍ରକ୍ରିୟାରେ ୯୦ ରୁ ଅଧିକ କମ୍ପାନୀ ଭାଗ ନେଇଥିଲେ। ଏହା ବ୍ୟତୀତ ସୋଆର ଛାତ୍ରଛାତ୍ରୀମାନଙ୍କର ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଅନେକ ପ୍ରତିଷ୍ଠିତ କର୍ପୋରେଟ୍ ସୋଆ କ୍ୟାମ୍ପସ୍‌ରେ ସେମାନଙ୍କର ହବ୍ ପ୍ରତିଷ୍ଠା କରିବା ନିମନ୍ତେ ଆଗ୍ରହ ପ୍ରକାଶ କରିଛନ୍ତି। ଏହା ଦ୍ୱାରା ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ଦିନରେ ଇଣ୍ଡଷ୍ଟ୍ରିରେ ଅଧିକ ସୁଯୋଗ ମିଳିବ ବୋଲି ଆଶା କରାଯାଉଛି।

କୋଡିଙ୍ଗ, ଟେକ୍ନୋଲୋଜି, ସଫ୍ଟ ସ୍କିଲ, ଆପ୍ଟିଟ୍ୟୁଡ୍ ଏବଂ କାଉନ୍‌ସେଲିଂ କ୍ଷେତ୍ରରେ ଉତ୍କୃଷ୍ଟ ଧରଣର ଟ୍ରେନିଂ କାର୍ଯ୍ୟକ୍ରମ ଯୋଗେ ସୋଆର ଛାତ୍ରଛାତ୍ରୀମାନେ ସେମାନଙ୍କ ଲକ୍ଷ୍ୟ ହାସଲ କରିବାରେ ଏବଂ ନିଜର ଶିକ୍ଷା ଏବଂ ପାରଦର୍ଶିତାକୁ ଉଚ୍ଚ ସ୍ତରକୁ ନେବାରେ ସଫଳ ହେବେ ବୋଲି ଆଶା କରାଯାଉଛି।

ସେହିପରି ଏକ ୬ ଜଣିଆ ଆଇଟିଇଆର୍ ଛାତ୍ରଛାତ୍ରୀ ଟିମ୍ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ସ୍ମାର୍ଟ ଇଣ୍ଡିଆ ହାକାଥନ୍ – ୨୦୨୦ ରେ ଭାଗ ନେଇ ଓ ଷ୍ଟେଟ୍‌ମେଂଟ ଆର୍‌କେ ୫୭ (ଡିଜିଟାଲ୍ ପୋଲିସିଙ୍ଗ) ସମସ୍ୟାର ସମାଧାନ କରି ଚାମ୍ପିଅନ୍ ହୋଇ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ହାସଲ କରିଛନ୍ତି। ସେହିପରି ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍ ଦ୍ୱାରା ପରିଚାଳିତ ଟିସିଏସ୍ କୋଡ୍ ଭିଟା ସିଜନ୍ ୯ରେ ଉଚ୍ଚକୋଟୀର ପ୍ରଦର୍ଶନ କରି ସଫଳତା ପାଇଛନ୍ତି ସୋଆ ଛାତ୍ରଛାତ୍ରୀ।

କ୍ରମାଗତ ଭାବେ ଦ୍ୱିତୀୟ ବର୍ଷ ପାଇଁ ପୂର୍ବ ଭାରତରୁ ସର୍ବାଧିକ ସୋଆରୁ ୯ ଜଣ ଛାତ୍ରଛାତ୍ରୀଙ୍କୁ ମାଇକ୍ରୋସଫ୍ଟ ଭଳି ପ୍ରତିଷ୍ଠିତ କମ୍ପାନୀ ନିଯୁକ୍ତିର ସୁଯୋଗ ଦେଇଥିବା ବେଳେ ୟୁଏସଏ ସ୍ଥିତ ଡେଲଏଟ୍ ପ୍ରିମିୟମ୍ କାଟେଗୋରୀ ଚଏସ୍‌ରେ ବାର୍ଷିକ ୭.୬ ଲକ୍ଷ ପ୍ୟାକେଜ୍‌ରେ ନିଯୁକ୍ତି ଦେବାର ପ୍ରତିଶ୍ରୁତି ଦେଇଛି ଯାହାକି ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ ସୁଯୋଗ।

ଅନୁସନ୍ଧାନ ଉପରେ ଅଧିକ ଗୁରୁତ୍ୱ ଦେଉଥିବା ସୋଆ ପକ୍ଷରୁ ଗବେଷଣା ନିମନ୍ତେ ୧୩ଟି ଗବେଷଣା କେନ୍ଦ୍ର ଏବଂ ୪୨ଟି ଗବେଷଣା ଲାବୋରେଟୋରୀରେ ୨୨ଟି ନିର୍ଦ୍ଦିଷ୍ଟ ମନୋନୀତ ବିଷୟରେ ଗବେଷଣା କରାଯାଉଛି। ସୋଆର ଫାକଲ୍ଟି ଏବଂ ଗବେଷଣାରତ ସ୍କଲାରମାନଙ୍କର ଗବେଷଣାର ତଥ୍ୟ ନିୟମିତ ଭାବରେ ବିଭିନ୍ନ ଖ୍ୟାତିସମ୍ପନ୍ନ ଜାତୀୟ ଏବଂ ଅନ୍ତର୍ଜାତୀକ ଜର୍ନାଲ୍‌ଗୁଡ଼ିକରେ ପ୍ରକାଶ ପାଉଛି।

ବିଶ୍ୱବିଦ୍ୟାଳୟର ନିଜସ୍ୱ ୭୨୬୧ଟି ସ୍କୋପସ୍ ଇଣ୍ଡେକ୍ସଡ ପବ୍ଲିକେସନ୍ ରହିଥିବା ବେଳେ ଏଚ୍ଇ ଣ୍ଡେକ୍ସ ୬୫ ରହିଛି। ସୋଆର ଗବେଷକମାନେ ବର୍ତମାନ ପର୍ଯ୍ୟନ୍ତ ୨୯୯ଟି ପ୍ୟାଟେଂଟ୍ ଦାଖଲ କରିଥିବା ବେଳେ ୫୧୫ଟି ନଭେଲ୍ ଜିନ୍ ସିକ୍ୱେନ୍ସ ଦାଖଲ କରିଛନ୍ତି। ସୋଆ ଅଧିନରେ ୯ଟି ଅନୁଷ୍ଠାନ ପରିଚାଳିତ ହେଉଛି। ସେଗୁଡ଼ିକ ହେଲା ଇଞ୍ଜିନିୟରିଂ ଓ ଟେକ୍ନୋଲୋଜି, ମେଡିକାଲ୍ ସାଇନ୍‌ସେସ୍‌, ଡେଂଟାଲ୍ ସାଇନ୍‌ସେସ୍‌, ମ୍ୟାନେଜମେଂଟ ସାଇନ୍‌ସେସ୍‌, ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ନର୍ସିଂ, ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍‌ ମ୍ୟାନେଜମେଂଟ, ଲିଗାଲ୍ ଷ୍ଟଡିଜ୍ ଏବଂ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍।

ନ୍ୟାସ୍‌ନାଲ୍ଇ ନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ୍ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ ୨୦୨୦ରେ ସୋଆ ସାରା ଦେଶରେ ୨୦ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ସ୍ଥାନ ହାସଲ କରିଥିବା ବେଳେ ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କରିଛି।

ସେହିପରି ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରିଡିଟେସନ୍ କାଉନ୍‌ସିଲ୍ (ନାକ୍‌) ଦ୍ୱାରା ଏ ଗ୍ରେଡ୍ ପାଇ ରିଆକ୍ରେଡିଟେସନ୍ ହାସଲ କରିଛି ସୋଆ। ଉତ୍କୃଷ୍ଟ ଇଞ୍ଜିନିୟରିଂ ଶିକ୍ଷା ପ୍ରଦାନ କ୍ଷେତ୍ରରେ ପୂର୍ବଭାରତରେ ଏକ ଉଚ୍ଚକୋଟୀର କେନ୍ଦ୍ର ଭାବେ ଉଭା ହୋଇଥିବା ଆଇଟିଇଆର୍‌ ଉଚ୍ଚମାନର ଶିକ୍ଷାଦାନ, ବିଶ୍ୱର ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ଗୁଡ଼ିକ ସହ ପରାମର୍ଶ କରି ପ୍ରସ୍ତୁତ କରିକୁଲମ୍‌. ଉଚ୍ଚଶିକ୍ଷିତ ଫ୍ୟାକଲ୍ଟି ଓ ଉଚ୍ଚମାନର ନିଯୁକ୍ତି ସୁବିଧା ନିମନ୍ତେ ଏକ ସ୍ୱତନ୍ତ୍ର ପରିଚୟ ଲାଭ କରିଛି।

ଆଇଟିଇଆରର ପ୍ରୋଗ୍ରାମ୍ ଗୁଡ଼ିକୁ ଆମେରିକାର ସମ୍ମାନଜନକ ଆକ୍ରେଡିଟେସନ୍ ବୋର୍ଡ ଫର୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲଜି (ଆବେଟ୍‌) ର ମାନ୍ୟତା ମଧ୍ୟ ମିଳିଛି।

ନିଯୁକ୍ତି ସୁଯୋଗ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026
Latest News

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.