Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାରେ ଶ୍ରମିକ, କୃଷି ଓ କୃଷକଙ୍କ ସମସ୍ୟା ସମାଧାନ ନେଇ ସ୍ମାରକପତ୍ର
ଆଜିର ଖବର

ଜିଲ୍ଲାରେ ଶ୍ରମିକ, କୃଷି ଓ କୃଷକଙ୍କ ସମସ୍ୟା ସମାଧାନ ନେଇ ସ୍ମାରକପତ୍ର

March 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗଂଜାମ ଜିଲ୍ଲାର ସମସ୍ତ ଶ୍ରମିକ, କୃଷିକ୍ଷେତ୍ର ଓ କୃଷକଙ୍କ ସମସ୍ୟା ନେଇ ଆଜି ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ପକ୍ଷରୁ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଏନେଇ ଏକ ଦାବିପତ୍ରଙ୍କୁ ଶ୍ରମଧିକାରୀଙ୍କ ଜରିଆରେ ରାଜ୍ୟପାଳଙ୍କୁ ପ୍ରଦାନ କରାଯାଇଛି।

ସେମାନେ ଅଭିଯୋଗ କରିଛନ୍ତି ରାଜ୍ୟରେ ୨୨ ବର୍ଷ ବିଜେଡ଼ି ଶାସନରେ ମଧ୍ୟ ଜିଲ୍ଲାରେ କୌଣସି ଶିଳ୍ପ, କାରଖାନା ଓ କୃଷିର ବିକାଶ ହୋଇନାହିଁ। ପ୍ରାୟ ୭ ଲକ୍ଷ ବ୍ୟକ୍ତି ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। କୃଷକ ଏବଂ ଶ୍ରମିକଙ୍କ ପାଇଁ ଯେଉଁ ଆଇନମାନ ରହିଛି ତାହାକୁ ମଧ୍ୟ କେନ୍ଦ୍ର ଓ ରାଜ୍ୟ ସରକାର ବେଖାତିର କରୁଛନ୍ତି।

ଅନ୍ୟ ରାଜ୍ୟରେ ଶ୍ରମିକଙ୍କୁ କରୋନା ସମୟରେ ୧୨ହଜାର ସାହାଯ୍ୟ ପ୍ରଦାନ କରାଯାଇଥିବାବେଳେ ଓଡ଼ିଶାରେ ମାତ୍ର ୧୫ଶହ ଟଙ୍କା ଦେଇ ରାଜ୍ୟ ସରକାର ଚୁପ୍ ରହିଛନ୍ତି। ଜିଲ୍ଲାରେ ଜମିକୁ ପାଣିର ଅଭାବ, ଶୀତଳଭଣ୍ଡାର ଅଭାବ ଓ ଚାଷୀଙ୍କୁ ବିହନ ସୁଲଭ ଦରରେ ଯୋଗାଇଦେବାରେ ସରକାର ବିଫଳ।

ଜିଲ୍ଲାରେ ମଦବେପାର ବେଧଡ଼କ ଚାଲିଥିବାବେଳେ ଶିଳ୍ପ ପ୍ରତିଷ୍ଠାନ ଶୂନ ରହିଛି। ମଦ ମାଫିଆ, ବାଲିମାଫିଆମାନେ ଜିଲ୍ଲାରେ ସମାନ୍ତରାଳ ଶାସନ ବ୍ୟବସ୍ଥା ଚଳାଇଛନ୍ତି। ଖଣିଜ ସଂପଦ ଲୁଣ୍ଠନ ହେବା ସହ ସାମାଜିକ ସୁରକ୍ଷା ବାଧାପ୍ରାପ୍ତ ହୋଇଛି। କେନ୍ଦ୍ର ଓ ରାଜ୍ୟର ମିଳିତ ଉଦ୍ୟମରେ ୪୪ଟି ଶ୍ରମ ଆଇନ ବାତିଲ ସହ ୪ଟି ଲେବର କୋଡ଼ରେ ସୀମିତ କରି ଶ୍ରମିକଙ୍କ ଅଧିକାରକୁ ଜବତ କରିବାକୁ ହୀନ ଚକ୍ରାନ୍ତ କରାଯାଇଛି।

ତେଣୁ ଜିଲ୍ଲା ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ତରଫରୁ ଜିଲ୍ଲାର ସାମଗ୍ରୀକ ବିକାଶ ପାଇଁ ଶ୍ରମିକ, କୃଷି, କୃଷକ, ବେକାରୀ, ଦାଦନ ଓ ଗରିବଲୋକଙ୍କ ଉନ୍ନତି ପାଇଁ ରାଜ୍ୟ ସରକାରଙ୍କୁ ରାଜ୍ୟପାଳ ନିର୍ଦ୍ଦେଶ ଦିଅନ୍ତୁ ବୋଲି ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି।

ଦାବିପତ୍ର ପ୍ରଦାନ ବେଳେ ସଭାପତି ପୀତବାସ ପଣ୍ଡା, ତ୍ରିନାଥ ବେହେରା, ଭୋକାଲି ସେଠୀ, ଉଦୟ ପାଣିଗ୍ରାହୀ, ରବି ଅଧିକାରୀ, ରଂଜନ ତରେଇ, ସୌଭାଗ୍ୟ ସାସମଲ, ଆରତୀ ପଟ୍ଟନାୟକ, ସ୍ମୃତିମୟୀ ପଟ୍ଟନାୟକ, ରଂଜିତା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

ଗଂଜାମ ଜିଲ୍ଲା ବିକ୍ଷୋଭ ପ୍ରଦର୍ଶନ ସ୍ମାରକପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.