Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍ଚ୍ଚ ୧୨ରେ ସଂସଦ ଘେରିବ ଛାତ୍ର କଂଗ୍ରେସ
ଆଜିର ଖବର

ମାର୍ଚ୍ଚ ୧୨ରେ ସଂସଦ ଘେରିବ ଛାତ୍ର କଂଗ୍ରେସ

March 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଛାତ୍ର ବିରୋଧି ନୀତି ପ୍ରତିବାଦରେ ‘ନୌକରି ଦୋ ୟା ଡିଗ୍ରୀ ୱାପସ୍ ଲୋ’ କାର୍ଯ୍ୟକ୍ରମରେ ଆସନ୍ତା ମାର୍ଚ୍ଚ ୧୨ ତାରିଖରେ ଛାତ୍ର କଂଗ୍ରେସ ପକ୍ଷରୁ ସଂସଦ ଘେରାଉ କରାଯିବ। ରାଷ୍ଟ୍ରୀୟ ଛାତ୍ର କଂଗ୍ରେସ ସଭାପତି ନିରଜ କୁନ୍ଦନଙ୍କ ନେତୃତ୍ୱରେ ହେବାକୁ ଥିବା ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ଓଡିଶାର ଛାତ୍ର ନେତା ଅଂଶଗ୍ରହଣ କରିବେ ବୋଲି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ଏବଂ ଅଖିଳ ଭାରତ ଛାତ୍ର କଂଗ୍ରେସ ସଂପାଦକ ରୋଶନଲାଲ ବିଟୁ କଂଗ୍ରେସ ଭବନ ଠାରେ ଏକ ମିଳିତ ସାମ୍ବାଦିକ ସମ୍ବିଳନୀରେ ପ୍ରକାଶ କରିଛନ୍ତି।

ୟାସିର ନୱାଜ କହିଛନ୍ତି ଯେ ନରେନ୍ଦ୍ର ମୋଦି ସରକାର ଦେଶର ଛାତ୍ର ଓ ଯୁବକମାନଙ୍କୁ ପ୍ରତାରିତ କରିଛନ୍ତି। ମିଥ୍ୟା ପ୍ରତିଶ୍ରୁତି ଦେଇ ଛାତ୍ର ଓ ଯୁବକମାନଙ୍କ ଠାରୁ ଭୋଟ ଲୁଟିନେବା ପରେ ଏବେ ନରେନ୍ଦ୍ର ମୋଦିଙ୍କର ପକୋଡା ନିଯୁକ୍ତି ପ୍ରସଙ୍ଗ ଦେଶର ଛାତ୍ର ସମାଜକୁ ଗଭୀର ଦୁଃଖ ଦେଇଛି। ମୋଦି ଓ ନବୀନ ଦୁହେଁ ଶିକ୍ଷାର ଘରୋଇକରଣକୁ ପ୍ରୋତ୍ସାହିତ କରୁଛନ୍ତି। ଓଡିଶାରେ ସରକାରୀ ଶିକ୍ଷା ବ୍ୟବସ୍ଥାର ମାନ ଭୁଷୁଡି ପଡିଛି। ସ୍କୁଲରେ ଓ କଲେଜରେ ଶିକ୍ଷକ ନାହାନ୍ତି, ଶ୍ରେଣୀଗୃହର ଅବସ୍ଥା ଶୋଚନୀୟ, ଲାବ୍ରୋଟାରୀ ରୁମ୍ ଓ ଉପକରଣ ନାହିଁ, ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହନ ପାଇଁ ବ୍ୟବସ୍ଥା ବି ନାହିଁ।

ଅନ୍ୟପଟରେ ୧୪ ହଜାର ସ୍କୁଲ ବନ୍ଦ କରିଦିଆଯାଇଛି। ବେସରକାରୀ ସ୍କୁଲ ମାଲିକମାନେ କିପରି ପରିତୁଷ୍ଟ ହେବେ ଏବଂ ଅଭିଭାବକ ଓ ଛାତ୍ରଙ୍କର ରକ୍ତ ଶୋଷଣ କରିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ୟବସ୍ଥା କରିଦେଇଛନ୍ତି। ଅଖିଳ ଭାରତ ଛାତ୍ର କଂଗ୍ରେସର ସଂପାଦକ ତଥା ଓଡିଶା ପ୍ରଭାରୀ ଶ୍ରୀ ବିଟୁ କହିଲେ ଯେ ଭାରତର ପ୍ରଧାନମନ୍ତ୍ରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନରେ କୌଣସି ପାର୍ଥକ୍ୟ ନାହିଁ। ଉଭୟ ସରକାର ଛାତ୍ର ଓ ଯୁବକମାନଙ୍କ ସ୍ୱାର୍ଥ ବିରୋଧୀ। ଦରଦାମ୍ ବୃଦ୍ଧି ବେଲଗାମ। ଛଟେଇ ଚାଲିଛି। ଦେଶର ଯୁବକଯୁବତୀ ଓ ଛାତ୍ର ସମାଜ ଆଜି ବେସାହାରା। ଏଣୁ ଗାଦିରେ ମୋଦି ସରକାର ରହିବାର ଅଧିକାର ନାହିଁ।

କେନ୍ଦ୍ର ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.