Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୁ ବାବୁଙ୍କ ସ୍ଵପ୍ନର ଜିଲ୍ଲା କେନ୍ଦ୍ରାପଡ଼ାକୁ ନବୀନ ସରକାରଙ୍କର ମେଗା ଷ୍ଟିଲ ପ୍ଳାଣ୍ଟ ଉପହାରକୁ ସ୍ଵାଗତ: ସମାଜବାଦୀ ପାର୍ଟି
ଆଜିର ଖବର

ବିଜୁ ବାବୁଙ୍କ ସ୍ଵପ୍ନର ଜିଲ୍ଲା କେନ୍ଦ୍ରାପଡ଼ାକୁ ନବୀନ ସରକାରଙ୍କର ମେଗା ଷ୍ଟିଲ ପ୍ଳାଣ୍ଟ ଉପହାରକୁ ସ୍ଵାଗତ: ସମାଜବାଦୀ ପାର୍ଟି

March 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଡିଶା ସରକାର ଓ ଆରସେଲର ମିତ୍ତଲ ଇସ୍ପାତ କମ୍ପାନୀ ମଧ୍ୟରେ ଆଜି ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆରସେଲର ମିତ୍ତଲ କମ୍ପାନୀର ଅଧ୍ୟକ୍ଷ ଏଲ.ଏନ. ମିତ୍ତଲଙ୍କ ଉପସ୍ଥିତିରେ ସ୍ବାକ୍ଷରିତ ଏହି ଏମଓୟୁରେ କୁହାଯାଇଛି ଯେ, ମିତ୍ତଲ କମ୍ପାନୀ ୫୦ ହଜାର କୋଟି ଟଙ୍କା ବ୍ୟୟରେ ୧୨ ମିଲିୟନ ଟନ ବିଶିଷ୍ଟ ଏକ ଇସ୍ପାତ କାରଖାନା କେନ୍ଦ୍ରାପଡା ଜିଲ୍ଲାରେ ପ୍ରତିଷ୍ଠା କରିବ।

ଶିଳ୍ପବିହୀନ ଜିଲ୍ଲା କେନ୍ଦ୍ରାପଡ଼ାରେ ପ୍ରତିଷ୍ଠିତ ହେବାକୁ ଯାଉଥିବା ଏହି ମେଗା ଷ୍ଟିଲ ପ୍ଳାଣ୍ଟ ପ୍ରକଳ୍ପ ଦାଦାନପ୍ରବଣ କେନ୍ଦ୍ରାପଡ଼ା ସମେତ ଓଡିଶାର ବେକାରି ସମସ୍ଯା ଦୂରୀକରଣରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ସମାଜବାଦୀ ପାର୍ଟି ପକ୍ଷରୁ କୁହାଯାଉଛି। ପାର୍ଟିର ରାଜ୍ୟ ସଭାପତି ରବି ବେହେରା ଆଜି ଏକ ପ୍ରେସ ବିବୃତ୍ତିରେ ନବୀନ ପଟ୍ଟନାୟକଙ୍କ ସରକାରର ଏହି ଏମଓୟୁକୁ ସ୍ଵାଗତ କରିବା ସଙ୍ଗେ ସଙ୍ଗେ ଏହା ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବରେ ହଜାର ହଜାର ବେକାର ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏବଂ ଏହା ଦ୍ଵାରା କେନ୍ଦ୍ରପଡା, ଜଗତସିଂହପୁର ଓ ପଡୋଶୀ ଯାଜପୁର ଜିଲ୍ଲାର ବେକାରି ସମସ୍ୟା ଦୂରୀକରଣରେ ଏହା ସହାୟକ ହେବ।

ବିଜୁବାବୁଙ୍କ ୧୦୫ ତମ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ତାଙ୍କ ସ୍ଵପ୍ନର ଜିଲ୍ଲା କେନ୍ଦ୍ରାପଡାକୁ ନବୀନ ସରକାରଙ୍କର ଏହି ମେଗା ଉପହାର ନିଶ୍ଚିତ ଭାବରେ ଏହି ଜିଲ୍ଲାର ବିକାଶ ପାଇଁ ଏକ ବଳିଷ୍ଠ ପଦକ୍ଷେପ ବୋଲି ଶ୍ରୀ ବେହେରା କହିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି।

କେନ୍ଦ୍ରାପଡା ନବୀନ ସରକାର ସମାଜବାଦୀ ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026
Latest News

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.