
ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ପଞ୍ଚାୟତିରାଜ ଦିବସ ପାଳନ ହେବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସ୍କୁଲ, କଲେଜ୍ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଛୁଟି ଘୋଷଣା କରାଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ମାର୍ଚ୍ଚ ୫ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ କଟକସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନଠାରୁ ଭୁବନେଶ୍ୱରସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ୍ ଯାତ୍ରାର ଆୟୋଜନ କରାଯାଉଛି। ଏହି ଶୋଭାଯାତ୍ରାରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସାମିଲ୍ ହେବେ।
ଏହି ସାଇକେଲ୍ ରାଲିରେ ହଜାର ହଜାର ଯୁବ ଛାତ୍ର ଯୋଗ ଦେଇ ୧୯୩୨ ମସିହାରେ ବିଜୁବାବୁଙ୍କ କଟକରୁ ପେଶୱାର ପର୍ଯ୍ୟନ୍ତ ୪୫୦୦ ମାଇଲ୍ସ ସାଇକେଲ୍ ଯାତ୍ରାର ସ୍ମୃତିକୁ ଉଜ୍ଜୀବିତ କରିବେ।