Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବେଳେ ମହିଳାଙ୍କ ଖାଦ୍ୟନଳୀ କଟିଲା
ଆଜିର ଖବର

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବେଳେ ମହିଳାଙ୍କ ଖାଦ୍ୟନଳୀ କଟିଲା

March 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରସୁଗୁଡା: ଓଡିଶା-ଛତିଶଗଡ଼ ସୀମାନ୍ତ ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ କୁହାକୁଣ୍ଡାଠାରେ ରହୁଥିବା ଜଣେ ମହିଳାଙ୍କ ଜନ୍ମ ନିୟନ୍ତ୍ରଣ ପାଇଁ ହୋଇଥିବା ଅସ୍ତ୍ରୋପଚାରରେ ତ୍ରୁଟି ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବେଳେ ଡାକ୍ତର ମହିଳାଙ୍କ ଖାଦ୍ୟ ନାଳୀ କାଟି ଦେଇଛନ୍ତି। ମହିଳାଙ୍କ ଅବସ୍ଥା ଏବେ ଗୁରୁତର ହୋଇ ପଡ଼ିଛି। ତାଙ୍କୁ ବୁର୍ଲାରେ ଚିକିତ୍ସା କରାଯାଉଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ମହିଳାଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବା ସହିତ ଏପରି ବେପରୁଆ ଅସ୍ତ୍ରୋପଚାର କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି। ଏପରି ଅଭାବନୀୟ ଘଟଣା ଘଟିଛି ଲଖନପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ।

ଗତ ମଙ୍ଗଳବାର ଲଖନପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପରିବାର ନିୟନ୍ତ୍ରଣ ଯୋଜନାରେ ମହିଳାଙ୍କ ଅସ୍ତ୍ରୋପଚାର ଶିବିର ଚାଲିଥିଲା। କନକତୋରା ପଂଚାୟତ କୁହାକୁଣ୍ଡା ଗାଁ ଜିତେନ ଭୋଇଙ୍କ ପତ୍ନୀ ସରିତା ଭୋଇ ଏଠାକୁ ଅସ୍ତ୍ରୋପଚାର ପାଇଁ ଆସିଥିଲେ। ଅସ୍ତ୍ରୋପଚାର ସମୟରେ ଭୁଲରେ ଡାକ୍ତର ତାଙ୍କ ଖାଦ୍ୟ ନଳୀକୁ କାଟି ଦେଇଥିଲେ। ଫଳରେ ମହିଳାଙ୍କ ଅବସ୍ଥା ଗୁରୁତର ହୋଇ ପଡ଼ିଥିଲା।

ପ୍ରଥମେ ତାଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲ ଓ ପରେ ବୁର୍ଲା ହସ୍ପିଟାଲକୁ ନିଆଯାଇଛି। ହେଲେ ଏଭଳି ତୁଟିପୂର୍ଣ୍ଣ ଚିକିତ୍ସା ମହିଳାଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଛି ବୋଲି ପରିବାର ଲୋକେ ଅଭିଯୋଗ କରିବା ପରେ ଜିଲ୍ଲାରେ ସରକାରୀ ସ୍ୱାସ୍ଥ୍ୟସେବାକୁ ନେଇ ପୁଣି ଥରେ ପ୍ରଶ୍ନ ଉଠିଛି।

ତେବେ ଡାକ୍ତରଙ୍କ ଭୁଲ ଯୋଗୁଁ ଏପରି ଘଟଣା ଘଟିଥିବାରୁ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ପରିବାର ଲୋକ ଦାବି କରିଛନ୍ତି।

ଝାରସୁଗୁଡା ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ଵର ଡ଼ିସିପିଙ୍କ ଇସ୍ତଫା

July 6, 2026

OTET ପରୀକ୍ଷାର ପରିଚାଳନା ସମୀକ୍ଷା କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର

July 6, 2026

ପ୍ରକାଶ ପାଇଲା ଏସ୍ଆଇଆର୍-୨୦୨୬ ଅନ୍ତର୍ଗତ ଚିଠା ଭୋଟର ତାଲିକା

July 6, 2026

ବଲାଙ୍ଗୀର ଜିଲ୍ଲାର BLA-2 ପ୍ରଶିକ୍ଷଣ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ

July 6, 2026
Latest News

ଭୁବନେଶ୍ଵର ଡ଼ିସିପିଙ୍କ ଇସ୍ତଫା

July 6, 2026

ଆଜିଠାରୁ ପ୍ରଧାନମନ୍ତ୍ରୀଙ୍କ ତିନିଦିନିଆ ଇଣ୍ଡୋନେସିଆ ଗସ୍ତ

July 6, 2026

ଧାନବାଦ ଏବଂ ଆଖପାଖ ଅଞ୍ଚଳରେ ବେଆଇନ କୋଇଲା ଖନନକୁ ନେଇ ଚିନ୍ତା ବ୍ୟକ୍ତ କଲେ ଗୃହ ମନ୍ତ୍ରୀ

July 6, 2026

‘ଭିବି-ଜି-ରାମ୍-ଜି’ ପାଇଁ ରାଜ୍ୟଗୁଡ଼ିକୁ ୨୫,୮୬୩ କୋଟିର ପ୍ରଥମ କିସ୍ତି ଜାରି

July 6, 2026

OTET ପରୀକ୍ଷାର ପରିଚାଳନା ସମୀକ୍ଷା କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.