Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିମିଳିପାଳ ଜଙ୍ଗଲରେ ନିଆଁ ଘଟଣାରେ ତଥ୍ୟ ଅନୁସନ୍ଧାନକାରି ଦଳ ଗଠନ କଲା କଂଗ୍ରେସ
ଆଜିର ଖବର

ଶିମିଳିପାଳ ଜଙ୍ଗଲରେ ନିଆଁ ଘଟଣାରେ ତଥ୍ୟ ଅନୁସନ୍ଧାନକାରି ଦଳ ଗଠନ କଲା କଂଗ୍ରେସ

March 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୟୁରଭଞ୍ଜ ଶିମିଳିପାଳ ଜଙ୍ଗଲରେ ଗତ ସପ୍ତାହେ ଧରି ନିଆଁଲାଗି ଅନେକ ସ୍ଥାନରେ ଜଙ୍ଗଲ ପରିବେଶ ନଷ୍ଟହେବା ସହ ପଶୁପକ୍ଷୀ ଏବଂ ବନ୍ୟଜୀବଜନ୍ତୁଙ୍କର ବ୍ୟାପକ କ୍ଷୟକ୍ଷତି ହେବାରେ ଲାଗିଛି।

ଏହି ପ୍ରସଙ୍ଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ୬ ଜଣିଆ ଏକ ତଥ୍ୟ ଅନୁସନ୍ଧାନ କାରି ଦଳ ଗଠନ କରିଛନ୍ତି। ଏହି ତଥ୍ୟ ଅନୁସନ୍ଧାନକାରୀ ଦଳ ଆସନ୍ତା ୪ଦିନ ମଧ୍ୟରେ ସଂପୃକ୍ତ କ୍ଷତିଗ୍ରସ୍ତ ଜଙ୍ଗଲ ସ୍ଥଳକୁ ଯାଇ କ୍ଷୟକ୍ଷତିର ଆକଳନ କରିବା ସହ ସ୍ଥାନୀୟ ଅଂଚଳବାସୀଙ୍କ ଆଲୋଚନା କରିବେ।

ରାଜ୍ୟ ସରକାରଙ୍କ ତରଫରୁ ଶିମିଳିପାଳ ଜଙ୍ଗଲର ଏହି ନିଆଁ ଲିଭାଇବା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇଛି ଏବଂ ବନ୍ୟଜନ୍ତୁ ଓ ଜଙ୍ଗଲର ମୂଲ୍ୟବାନ ବୃକ୍ଷରାଜିର ସୁରକ୍ଷା ନେଇ ଜିଲ୍ଲା ପ୍ରଶାସନ କି ପଦକ୍ଷେପ ନେଇଛନ୍ତି ସେ ବିଷୟରେ ଏହି ତଥ୍ୟ ଅନୁସନ୍ଧାନକାରୀ ଦଳ ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କୁ ରିପୋର୍ଟ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଏହି ୬ଜଣିଆ କମିଟିରେ ମୟୁରଭଞ୍ଜ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ହେମନ୍ତ କୁମାର ଦାସ ଆବାହକ ରହିଥିବା ବେଳେ ସର୍ବଶ୍ରୀ ସୁଦର୍ଶନ ଦାସ, ସତ୍ୟସିବ ଦାସ, ପୂର୍ବତନ ସୁରେନ୍ଦ୍ର ପ୍ରସାଦ ପରମାଣିକ, ମହେନ୍ଦ୍ର ନାୟକ, ଓ ଶ୍ରୀମତୀ ମମତା କୁଣ୍ଡୁ ସଦସ୍ୟ ରହିଛନ୍ତି।

କଂଗ୍ରେସ ମୟୁରଭଞ୍ଜ
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.