Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଆରଡିଓ ପକ୍ଷରୁ ସଲିଡ୍ ଫୁଏଲ ଡକ୍ଟେଡ୍ ରାମଜେଟ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ଆଜିର ଖବର

ଡିଆରଡିଓ ପକ୍ଷରୁ ସଲିଡ୍ ଫୁଏଲ ଡକ୍ଟେଡ୍ ରାମଜେଟ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

March 5, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଶତ୍ରୁମାନଙ୍କୁ ଧ୍ୱଂସ କରିବ "ଅନନ୍ତ ଶସ୍ତ୍ର"
ଶତ୍ରୁମାନଙ୍କୁ ଧ୍ୱଂସ କରିବ "ଅନନ୍ତ ଶସ୍ତ୍ର": ସେନାର କ୍ରୟ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ସଫଳତା ପୂର୍ବକ ସଲିଡ ଫୁଏଲ ଡକ୍ଟେଡ ରାମଜେଟ (ଏସଏଫଡିଆର) ପ୍ରଯୁକ୍ତି ଆଧାରିତ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ସମ୍ପନ୍ନ ହୋଇଛି। ଓଡ଼ିଶା ଉପକୂଳ ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ସ୍ଥଳୀରୁ ମାର୍ଚ୍ଚ ୦୫, ୨୦୨୧ ପୂର୍ବାହ୍ନ ସାଢ଼େ ଦଶଟା ସମୟରେ ଏହାର ସଫଳ ଆକାଶମାର୍ଗ ପରୀକ୍ଷଣ (ଫ୍ଲାଇଟ୍ ଟେଷ୍ଟ) କରାଯାଇଥିଲା। ଏହାର ବୁଷ୍ଟର ମୋଟର ଏବଂ ନୋଜଲ ଲେସ୍ ମୋଟର ସମେତ ସମସ୍ତ ଉପ-ପ୍ରଣାଳୀ ଆଶାନୁରୂପ କାର୍ଯ୍ୟ କରିଥିଲା। ଏହି ପରୀକ୍ଷଣ ସମୟରେ ସଲିଡ ଫୁଏଲ ଡକ୍ଟେଡ ରାମଜେଟ ପ୍ରଯୁକ୍ତି ସହିତ ବହୁ ନୂତନ ପ୍ରଯୁକ୍ତି ପ୍ରମାଣିତ ହୋଇଥିଲା।

ସଲିଡ ଫୁଏଲ ଡକ୍ଟେଡ ରାମଜେଟ ପ୍ରଯୁକ୍ତିର ସଫଳ ପରୀକ୍ଷଣ ହେବା ପରେ ଡିଆରଡିଓକୁ ଏକ ନୂତନ ପ୍ରଯୁକ୍ତି ଲାଭ ମିଳିପାରିଛି। ଯାହାଫଳରେ ଆକାଶରୁ ଆକାଶମାର୍ଗକୁ ନିକ୍ଷେପ କରି ହେଉଥିବା ଦୂରଗାମୀ କ୍ଷେପଣାସ୍ତ୍ର ବିକଶିତ କରିବାରେ ସହାୟକ ହୋଇପାରିବ। ବର୍ତ୍ତମାନ ବିଶ୍ୱର ମାତ୍ର ହାତଗଣତି କେତୋଟି ଦେଶ ନିକଟରେ ଏହି ପ୍ରଯୁକ୍ତି ଉପଲବ୍ଧ ରହିଛି। ଏହାଛଡ଼ା ନୋଜଲ-ଲେସ ବୁଷ୍ଟର ଯୋଗୁ ସଂଖ୍ୟାଧିକ ରାମଜେଟ୍ ଅପରେସନ ସହ ତାଳମେଳ ସ୍ଥାପନ କରିବାରେ ସହାୟତା ମିଳିପାରିବ।

କ୍ଷେପଣାସ୍ତ୍ରର ପ୍ରଦର୍ଶନକୁ ଆଇଟିଆର ପକ୍ଷରୁ ନିୟୋଜିତ ଇଲେକ୍ଟ୍ରୋ ଅପ୍ଟିକାଲ, ରାଡାର ଓ ଟେଲିମେଟ୍ରି ଉପକରଣ ସହାୟତାରେ ନିରୀକ୍ଷଣ କରାଯାଇଥିଲା। ଏହା ମିଶନ ଲକ୍ଷ୍ୟର ସଫଳତାକୁ ସୁନିଶ୍ଚିତ କରିଥିଲା। ପ୍ରତିରକ୍ଷା ଗବେଷଣା ଓ ବିକାଶ ଲାବ୍ରୋଟୋରୀ (ଡିଆରଡିଏଲ), ରିସର୍ଚ୍ଚ ସେଣ୍ଟ ଇମାରତ (ଆରସିଆଇ) ଏବଂ ହାଇ ଏନର୍ଜି ମ୍ୟାଟେରିଆଲ୍ସ ରିସର୍ଚ୍ଚ ଲାବ୍ରୋଟୋରୀ (ଏଚଇଏମଆରଏଲ) ସମେତ ବିଭିନ୍ନ ଡିଆରଡିଓ ଲ୍ୟାବର ବରିଷ୍ଠ ବୈଜ୍ଞାନିକମାନେ ଏହି ନିକ୍ଷେପଣକୁ ଅନୁଧ୍ୟାନ କରିଥିଲେ।

ଏସଏଫଡିଆରର ସଫଳ ପରୀକ୍ଷଣ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ ଡିଆରଡିଓର ବୈଜ୍ଞାନିକ, ଭାରତୀୟ ବାୟୁ ସେନା ଓ ଉଦ୍ୟୋଗ ଜଗତକୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରତିରକ୍ଷା ଗବେଷଣା ଓ ବିକାଶ ବିଭାଗ ସଚିବ ତଥା ଡିଆରଡିଓର ଅଧ୍ୟକ୍ଷ ଡ. ଜି. ସତୀଶ ରେଡ୍ଡୀ ମଧ୍ୟ ଏହି ସଫଳ ପରୀକ୍ଷଣରେ ସମ୍ପୃକ୍ତ ଦଳକୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି।

ଡିଆରଡିଓ ସଫଳ ପରୀକ୍ଷଣ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

August 19, 2026

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026
Latest News

ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

August 19, 2026

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.