Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିରର ବିକାଶ ପାଇଁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି
ଆଜିର ଖବର

ଶ୍ରୀମନ୍ଦିରର ବିକାଶ ପାଇଁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି

March 5, 2021No Comments4 Mins Read
Share Facebook Twitter LinkedIn Email WhatsApp Copy Link
ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିରର ବିକାଶ କରିବା ପାଇଁ ପରିକ୍ରମା ଓ ଅନ୍ୟାନ୍ୟ ଯୋଜନାରେ ଶ୍ରମଦାନ କିମ୍ବା ଅର୍ଥଦାନ ମାଧ୍ୟମରେ ବିଶ୍ୱର ସମଗ୍ର ହିନ୍ଦୁ ସମାଜ ତଥା ସାଢେ ୪ କୋଟି ଓଡିଆ ସାମିଲ ହେବାକୁ ଉଚ୍ଛା ରଖିଛନ୍ତି। ତେଣୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ସମର୍ପଣ ନିଧି ସଂଗ୍ରହ ସଂଗ୍ରହ ଅଭିଯାନ ଭଳି ଏକ ବ୍ୟବସ୍ଥା ତିଆରି କରିବା ପାଇଁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ପତ୍ର ଲେଖି ତାଙ୍କର ସହଯୋଗ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ମାର୍ଗଦର୍ଶନରେ ଏପରି ବ୍ୟବସ୍ଥା ତିଆରି କରାଗଲେ ସମଗ୍ର ବିଶ୍ୱର ହିନ୍ଦୁ ବିଶେଷ ଭାବରେ ସାଢେ ୪ କୋଟି ଓଡିଆ ମନଖୋଲି ମହାପ୍ରଭୁଙ୍କୁ ଦାନ କରିବାର ସୁଯୋଗ ପାଇପାରିବେ ବୋଲି ଶ୍ରୀ ପ୍ରଧାନ ପତ୍ର ଜରିଆରେ କହିଛନ୍ତି।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ସଂରକ୍ଷଣ କରିବା ତଥା ସେବାୟତଙ୍କ ସାମଗ୍ରିକ ବିକାଶ, ଶ୍ରଦ୍ଧାଳୁଙ୍କ କଲ୍ୟାଣ ତଥା ଆମର ପୁରୁଣା ପରମ୍ପରା ଏବଂ ଐତିହ୍ୟକୁ ବଜାୟ ରଖିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ପୁରୀ ମହାରାଜା ଦିବ୍ୟସିଂହ ଦେବ ନିରନ୍ତର ଓ ନିରଳସ ଉଦ୍ୟମ କରି ଆସୁଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଦ୍ୟସେବକ ଭାବରେ ପୁରୀ ଗଜପତି ମହାରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା। ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନା କିମ୍ବା ଶ୍ରୀଜଗନ୍ନାଥ ମନ୍ଦିର ଐତିହ୍ୟ କୋରିଡ଼ର ଯୋଜନାକୁ ଆଗେଇ ନେବାରେ କୋଟି କୋଟି ହିନ୍ଦୁ ବିଶେଷ ଭାବରେ ସାଢେ ୪ କୋଟି ଓଡ଼ିଆଙ୍କ ଭାବାବେଗ, ଶ୍ରଦ୍ଧା ଏବଂ ଭକ୍ତିଭାବନାକୁ ଉଜ୍ଜୀବିତ କରିଥିବାରୁ ପୁରୀ ଗଜପତି ମହାରାଜାଙ୍କ ନିକଟରେ ଶ୍ରୀ ପ୍ରଧାନ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଉଲ୍ଲେଖନୀୟ ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିକଟରେ ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରର ବିକାଶ ପାଇଁ ନିଜ ଦରମାରୁ ୧ ଲକ୍ଷ ସହଯୋଗ ରାଶି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରିଥିଲେ। ଏ ପରିପ୍ରେକ୍ଷୀରେ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ମହାପ୍ରଭୁଙ୍କ ସେବା କରିବାର ସୁଯୋଗର ଅନୁଭବକୁ ଶବ୍ଦରେ ବର୍ଣ୍ଣନା କରିବା ମୋ ପାଇଁ ସମ୍ଭବ ନୁହେଁ। ତେବେ ପ୍ରତ୍ୟେକ ହିନ୍ଦୁ ବିଶେଷ ଭାବରେ ଓଡ଼ିଆ ଲୋକମାନେ ଜାତି ଓ ବର୍ଣ୍ଣ ନିର୍ବିଶେଷରେ ମହାପ୍ରଭୁଙ୍କ ସେବା କରିବା ତଥା ଶ୍ରୀମନ୍ଦିରର ବିକାଶ ପାଇଁ ଏହି ଧାମର ସହଯୋଗ ନିମନ୍ତେ ଶ୍ରମଦାନ ଏବଂ ଅର୍ଥଦାନ ପାଇଁ ସୁଯୋଗ ଦିଆଯିବା ନିମନ୍ତେ ଶ୍ରୀ ପ୍ରଧାନ ଗଜପତି ମହାରାଜାଙ୍କୁ ଅନୁରୋଧ କରିଛନ୍ତି। ଓଡ଼ିଶାର ପ୍ରତ୍ୟେକ ବ୍ୟକ୍ତି ଶ୍ରୀକ୍ଷେତ୍ର ତଥା ଶ୍ରୀମନ୍ଦିର ବିକାଶ ପାଇଁ ଶ୍ରମ ଓ ଅର୍ଥଦାନ ସେମାନଙ୍କୁ ସ୍ୱର୍ଗୀୟ ଆଶୀର୍ବାଦରେ ଆଧ୍ୟାତ୍ମିକ ଶାନ୍ତି ସହ ଅଭୁତପୂର୍ବ ଆନନ୍ଦ ଦେବ।

ଏହି ମର୍ମରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଆପଣଙ୍କ ଦକ୍ଷ ନେତୃତ୍ୱ ଏବଂ ମାର୍ଗଦର୍ଶନରେ ବଡ ଆକାରର ଧନ ସଂଗ୍ରହ ଅଭିଯାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମସ୍ତ ଭକ୍ତ ସହଯୋଗରେ ହାତ ବଢାଇପାରିବେ ତା’ର ବ୍ୟବସ୍ଥା ତିଆରି କରାଯିବା ନେଇ ଗଜପତି ମହାରାଜାଙ୍କୁ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ସମ୍ମାନ ଏବଂ ଭକ୍ତିଭାବର ପ୍ରକାଶ କରି ଆସୁଛନ୍ତି। ଏହି ପବିତ୍ର ପ୍ରଚେଷ୍ଟାକୁ ବଡ ସଫଳତାର ରୂପ ଦେବା ପାଇଁ ଭାରତ ସରକାର ଆଇନଗତ ଏବଂ ନୀତିଗତ ଭାବରେ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବା ପାଇଁ ଇଚ୍ଛୁକ ଅଛନ୍ତି।
ତେବେ ପ୍ରସ୍ତାବିତ ଅଭିଯାନ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ୱୟ ଅତ୍ୟନ୍ତ ଜରୁରୀ।

ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଭାରତ ସରକାର ଏବଂ ଓଡିଶା ସରକାରଙ୍କ ମଧ୍ୟରେ ସମ୍ପର୍କର ସେତୁ ସାଜିବା ଏବଂ ସମନ୍ୱୟ ରକ୍ଷା କରିବା ପାଇଁ ଶ୍ରୀ ପ୍ରଧାନ ଗଜପତି ମହାରାଜାଙ୍କୁ ଅନୁରୋଧ କରିଛନ୍ତି  ଆଇନଗତ ଦୃଷ୍ଟିକୋଣରୁ ଭାରତ ସରକାର ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ଆୟକର ଅଧିନିୟମ ଅନୁଯାୟୀ ଛାଡ, ବୈଦେଶିକ ଆର୍ଥିକ ଯୋଗଦାନ ପଞ୍ଜିକରଣ (ନିୟମାବଳି) ଆଇନ, ୨୦୧୦ ଅନୁଯାୟୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ସହାୟତା ପ୍ରଦାନ କରିବେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଗଣିତ ଭକ୍ତ ମାନଙ୍କ ପାଇଁ ଓଡ଼ିଶା ତଥା ଭାରତର ଏକାଧିକ ବ୍ୟାଙ୍କ୍ ଏବଂ ସେମାନଙ୍କ ଶାଖା ବ୍ରାଂଚ୍ ମଧ୍ୟ ଏଥିପାଇଁ ସୁବିଧା ସୁଯୋଗ ଯୋଗାଇବା ସହ ସହଯୋଗ କରିବେ।

ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ତଦାରଖ କରୁଥିବାରୁ ଶ୍ରୀ ପ୍ରଧାନ ମହାରାଜାଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିବା ସହ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରଧାନ ସେବକ ଭାବରେ ଗଜପତି ମହାରାଜ କୋଟି କୋଟି ହିନ୍ଦୁ ତଥା ସାଢ଼େ ୪ କୋଟି ଓଡ଼ିଆଙ୍କ ମହାପ୍ରଭୁ ତଥା ଶ୍ରୀମନ୍ଦିର ପ୍ରତି ଥିବା ଧାର୍ମିକ ଆସ୍ଥାର ପବିତ୍ର ପ୍ରତୀକ। ଗଜପତି ମହାରାଜାଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର କ୍ରିୟାନ୍ୱୟନ ବଡ ସଫଳତା ପାଇବ ବୋଲି ଦୃଢ ଆଶାବାଦୀ ଥିବା ପତ୍ରରେ ଉଲ୍ଲେଖ କରିଛନ୍ତି ଶ୍ରୀ ପ୍ରଧାନ।

ମହାପ୍ରଭୁ ଜଗନ୍ନାଥଙ୍କୁ ଆର୍ଥିକ ସହାୟତା କିମ୍ବା ଶ୍ରମଦାନ ମାଧ୍ୟମରେ ସେବା କରିବା ପାଇଁ ହିନ୍ଦୁ ବିଶେଷ ଭାବରେ ଓଡ଼ିଆଙ୍କୁ ସୁଯୋଗ ମିଳିବା ଗୌରବ ଏବଂ ସୌଭାଗ୍ୟର ବିଷୟ। ଏହି ମହତ କାର୍ଯ୍ୟ ପାଇଁ ଶ୍ରୀ ପ୍ରଧାନ ଏହି ପ୍ରସଙ୍ଗରେ ଭାରତ ସରକାରଙ୍କ ସମ୍ପୂର୍ଣ୍ଣ ସହଯୋଗ ଦୋହରାଇବା ସହ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ମାର୍ଗଦର୍ଶନ ଓ ସହଯୋଗରେ କେନ୍ଦ୍ର ସରକାର ତଥା ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ୱୟ ସ୍ଥାପନ କରି ଏହି ପବିତ୍ର ପ୍ରକଳ୍ପ ପ୍ରତ୍ୟେକ ଓଡ଼ିଆ ଏବଂ ହିନ୍ଦୁ ଧର୍ମର ଲୋକମାନଙ୍କ ପାଇଁ ବିଶାଳ ସଫଳତା ହେବ ବୋଲି ଶ୍ରୀ ପ୍ରଧାନ ଆଶାବାଦୀ ଅଛନ୍ତି।

ଓଡ଼ିଶା, ଭାରତ ତଥା ବିଶ୍ୱରେ ଏକ ବିଶାଳ ଦାନ ଅଭିଯାନକୁ ସ୍ୱେଚ୍ଛାକୃତ ଜନଆନ୍ଦୋଳନ ଭାବେ ପରିଣତ କରିବା ପାଇଁ ସହଯୋଗ ନିମନ୍ତେ ଗଜପତି ମହାରାଜାଙ୍କୁ ଅନୁରୋଧ କରିବା ସହ ଏହାଦ୍ୱାରା ସମଗ୍ର ବିଶ୍ୱରେ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଗଣିତ ଭକ୍ତମାନେ ସମ୍ପୂର୍ଣ୍ଣ ଜୀବନରେ ଗୋଟିଏ ଥର ସେବା କରିବାର ମହାନ୍ ସୁଯୋଗ ପାଇପାରିବେ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି।

କେନ୍ଦ୍ରମନ୍ତ୍ରୀଙ୍କ ଚିଠି ଗଜପତି ମହାରାଜା ପୁରୀ ବିକାଶ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Latest News

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.