ବିଜୁବାବୁଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଛାତ୍ର ଓ ଯୁବ ଜନତାର ସାଇକେଲ ରାଲି

Published: Mar 5, 2021, 10:27 pm IST

ଭୁବନେଶ୍ବର, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବ ଛାତ୍ର ଜନତା ଦଳ ଆନୁକୁଲ୍ୟରେ ଏକ ବିଶାଳ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଯୁବକମାନଙ୍କର ପ୍ରେରଣାର ଉତ୍ସ ବିଜୁ ବାବୁଙ୍କ ୧୯୩୨ ମସିହାରେ କଟକ ରେଭେନ୍ସା କଲେଜ ଠାରୁ ସୁଦୂର ପାକିସ୍ଥାନର ପେଶୱାର ପର୍ଯ୍ୟନ୍ତ ଦୀର୍ଘ ୪୫୦୦ ମାଇଲର ଦୁଃସାହସିକ, ଐତିହାସିକ ସାଇକେଲ ଯାତ୍ରାର ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ବିଜୁ ଯୁବ ଛାତ୍ର ଜନତା ଦଳ ଏହି ସାଇକେଲର ରାଲିର ଆୟୋଜିତ କରିଥିଲା।

ଏହି ବିଶାଳ ସାଇକେଲ ଶୋଭାଯାତ୍ରାରେ ବିଜୁ ଜନତା ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ବିଧାୟକ ପ୍ରଣବ କୁମାର ବଳବନ୍ତରାୟ, ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ତଥା  ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ସାମିଲ ହୋଇଥିବା ଯୁବ/ଛାତ୍ରମାନଙ୍କୁ ଉତ୍ସାହିତ କରିଥିଲେ ।

ଏହି ଶୋଭାଯାତ୍ରାରେ ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା  ବିଧାୟକ ଦେବୀପ୍ରସାଦ ମିଶ୍ର, ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ, ବିଧାୟକ ଚନ୍ଦ୍ରସାରଥି ବେହେରା, ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଭାପତି ତଥା  ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବିଜେଡି ନେତା ତଥା ଓଡିଶା କ୍ଷୁଦ୍ର ଶିଳ୍ପନିଗମ ଅଧ୍ୟକ୍ଷ ଚିନ୍ମୟ କୁମାର ସାହୁ, ବିଧାୟକ ସୌଭିକ ବିଶ୍ୱାଳ ପ୍ରମୁଖ ଏହି ବିଶାଳ ସାଇକେଲ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।

Related posts