ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ ଜଣ କରୋନା ଆକ୍ରାନ୍ତ

Published: Mar 6, 2021, 6:32 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୪, ଯାଜପୁରରୁ ୧୩, ବାଲେଶ୍ବରରୁ ୯, ଖୋର୍ଦ୍ଧାରୁ ୯, ସୁନ୍ଦରଗଡରୁ ୮, ବରଗଡରୁ ୬, ବଲାଙ୍ଗୀରିରୁ ୬, ଝାରସୁଗୁଡାରୁ ୪, ପୁରୀରୁ ୪, ସୋନପୁରରୁ ୪, ଅନୁଗୁଳରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୨, ବୌଦ୍ଧରୁ ୧, କଟକରୁ ୧, କଳାହାଣ୍ଡିରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୯୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୭୪ କୁ ବୃଦ୍ଧି ହୋଇଛି। ତେବେ ୭୧୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts