ରାଜ୍ୟରେ ଆଜି ୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Mar 7, 2021, 12:10 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୭୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୯୯୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୬, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ, ଅନୁଗୁଳ ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, କଟକ ଜିଲ୍ଲାରୁ ୩ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ଏବଂ ଷ୍ଟେଟ ପୁଲରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts