Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର-ବାଲୁଗାଁ ବାଇପାସରେ ସଡ଼କ ଦୁର୍ଘଟଣା: ଅଜଣା ବାଇକ୍ ଧକ୍କାରେ ବୃଦ୍ଧ ମୃତ
ଆଜିର ଖବର

ବାଣପୁର-ବାଲୁଗାଁ ବାଇପାସରେ ସଡ଼କ ଦୁର୍ଘଟଣା: ଅଜଣା ବାଇକ୍ ଧକ୍କାରେ ବୃଦ୍ଧ ମୃତ

March 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ବାଇପାସର ମଠପାଟଣା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଖବର ହସ୍ତଗତ ହୋଇଛି।

ସୂଚନା ମୁତାବକ ଆଜି ସକାଳ ପାଖାପାଖି ୭.୩୦ ସମୟରେ ନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ମଠପାଟଣା ଗ୍ରାମର ଗୋବିନ୍ଦ ରାଉତ (୭୫) ସାଇକେଲ ଯୋଗେ ନିଜ ଗ୍ରାମକୁ ଫେରୁଥିଲେ। ମଠପାଟଣା ଛକରେ ଭୁବନେଶ୍ୱର ଆଡୁ ଦ୍ରୁତଗତିରେ ଆସୁଥିବା ଏକ ଅଜଣା ବାଇକ ତାଙ୍କୁ ଧକ୍କା ଦେଇ ଘଟଣାରୁ ଫେରାର ହୋଇଯାଇଥିଲା।

ଫଳରେ ଗୋବିନ୍ଦଙ୍କ ଶରୀରରେ ଗଭୀର ଆଘାତ ଲାଗିଥିଲା। ଏଥିରେ ଉତ୍ୟକ୍ତ ହୋଇ ଗ୍ରାମବାସୀମାନେ ସ୍ୱଳ୍ପ ସମୟ ପାଇଁ ରାସ୍ତାରୋକ କରିବା ସହ ଗୋବିନ୍ଦଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ହେଲେ ଗୋବିନ୍ଦଙ୍କ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ତେବେ ବର୍ତ୍ତମାନ ଏନେଇ ପରିବାର ଲୋକଙ୍କ ପକ୍ଷରୁ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ବାଲୁଗାଁ ପୋଲିସ ସେଠାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ବୁଝାସୁଝା କରୁଥିବା ଖବର ହସ୍ତଗତ ହୋଇଛି।

ସେପଟେ ବାଣପୁର ପୋଲିସ ଏବଂ ଜାତୀୟ ରାଜପଥରେ ନିୟୋଜିତ ପାଟ୍ରୋଲିଂ ଦଳ ଦୁର୍ଘଟଣା ସ୍ଥଳରେ ପହଞ୍ଚି  ତଦନ୍ତ ଆରମ୍ଭ କରିଛି।

ଜାତୀୟ ରାଜପଥ ବାଣପୁର ଥାନା ବୃଦ୍ଧଙ୍କ ମୃତ୍ୟୁ ମର୍ମନ୍ତୁଦ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.