Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଖଣ୍ଡଳମଣି ପୀଠରେ ଆସନ୍ତା କାଲି ସକାଳ ୭ରୁ ୧୪୪ ଧାରା
ଆଜିର ଖବର

ଆଖଣ୍ଡଳମଣି ପୀଠରେ ଆସନ୍ତା କାଲି ସକାଳ ୭ରୁ ୧୪୪ ଧାରା

March 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭଦ୍ରକ: ଚଳିତ ବର୍ଷ କରୋନା କଟକଣା ପାଇଁ ପ୍ରଶାସନିକ ନିଷ୍ପତି ପ୍ରକାରେ ଭଦ୍ରକ ଆରଡ଼ି ସ୍ଥିତ ପ୍ରସିଦ୍ଧ ଆଖଣ୍ଡଳମଣି ପୀଠରେ ବିନା ଶ୍ରଦ୍ଧାଳୁରେ ଅନୁଷ୍ଠିତ ହେବାକୁ ଯାଉଛି ଜାଗର ଯାତ୍ରା। କେବଳ ମନ୍ଦିର ସେବାୟତ ମାନେ କୋଭିଡ଼୍ କଟକଣା ଅନୁଯାୟୀ ସମସ୍ତ ନୀତିକାନ୍ତି କରିବେ। ଏଥି ପୂର୍ବରୁ ସମସ୍ତ ସେବାୟତଓ ସେବାକାରୀଙ୍କ କୋଭିଡ଼୍ ଟେଷ୍ଟ କରାଯିବ। ଏହା ବ୍ୟତୀତ ସମସ୍ତ ସେବାୟତ ମନ୍ଦିର ମଧ୍ୟରେ ସେବା ପୂଜା ବେଳେ ମୁହଁରେ ମାସ୍କ ପରିଧାନ କରିବା ସହିତ ସାମାଜିକ ଦୂରତ୍ୱ ଓ କୋଭିଡ଼୍ କଟକଣାକୁ ଅନୁପାଳନ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଜାଗରଯାତ୍ରା ପ୍ରସ୍ତୁତି ନେଇ ପ୍ରଶାସନ ପକ୍ଷରୁ ଆରଡ଼ି ପୀଠର ଅତିଥି ନିବାସରେ ଦ୍ୱିତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ତଥା ମନ୍ଦର ଟ୍ରଷ୍ଟି ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମନ୍ଦିରର ପାଳିଆ ସେବାୟତ, ମହାଦ୍ୱୀପ ସେବାୟତ ମାନଙ୍କ ସହିତ ଅନ୍ୟ ନିଯୋଗର ସେବାୟତ ମାନେ ଉପସ୍ଥିତ ଥିଲେ। ବୈଠକରେ ଜାଗର ଯାତ୍ରା ଦିନ ମଣିବାବାଙ୍କ ଅନୁଷ୍ଠିତ ହେବାକୁ ଥିବା ସ୍ୱତନ୍ତ୍ର ନୀତିକାନ୍ତି ନିମନ୍ତେ ନୀତି ନିର୍ଘଂଟ ସ୍ଥିର ହୋଇଥିଲା। ରାତି ୩ଟାରେ ମହାଦ୍ୱୀପ ପ୍ରସ୍ତୁତି ଗୁପ୍ତ ଶୋଡ଼ଷ ପୂଜା ଓ ଭୋର୍ ସାଢ଼େ ୪ଟାରେ ମହାଦ୍ୱୀପ ଉଠିବ।

ବୈଠକରେ ନିଷ୍ପତି ପ୍ରକାରେ ପୀଠକୁ ଅଧିକ ସଂଖ୍ୟାରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମନ୍ଦିର ଚର୍ତୁପାଶ୍ୱର୍ରେ ୧୪୪ ଧାରା ବଳବତର ରହିବ। ଏହି କଟକଣା ୧୦ ତାରିଖ ଅର୍ଥାତ୍ ଆସନ୍ତା କାଲି ସକାଳ ୭ଟା ଠାରୁ ୧୨ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ବଳବତର ରହିବ। କେବଳ ମନ୍ଦିର ସେବାୟତ ମାନେ କୋଭିଡ଼୍ କଟକଣାକୁ ଅନୁପାଳନ କରିବା ସହ ପରମ୍ପରା ଅନୁଯାୟୀ ବାବା ଆଖଣ୍ଡଳମଣିଙ୍କ ସମସ୍ତ ନୀତିକାନ୍ତି ସମାପନ କରିବେ।

ଆଖଣ୍ଡଳମଣି ପୀଠ କରୋନା କଟକଣା ଜାଗର ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଇନୋଭେଟସର ‘ଇଣ୍ଡଷ୍ଟ୍ରି ଲିଡର୍ସ ରାଉଣ୍ଡଟେବୁଲ’ରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତା

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026
Latest News

ଭାରତ ଇନୋଭେଟସର ‘ଇଣ୍ଡଷ୍ଟ୍ରି ଲିଡର୍ସ ରାଉଣ୍ଡଟେବୁଲ’ରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତା

May 14, 2026

ପିପିପି ମୋଡରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ

May 14, 2026

ଆଜି ମଇ ୧୪ ତାରିଖ ବୁଧବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.