Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବେଆଇନ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
ଆଜିର ଖବର

ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବେଆଇନ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

March 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱରରେ ବେଆଇନ୍ ଭାବେ ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧିର ପ୍ରତିବାଦରେ କଂଗ୍ରେସ ପକ୍ଷରୁ ମାଷ୍ଟରକ୍ୟାଂଟିନ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମଙ୍ଗଳବାର ଦିନ ମଧ୍ୟ ଭୁବନେଶ୍ୱର ବଧାନସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ରାଜୀବ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ବିଶାଳ ରାଲି କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଂଟିନ ପର୍ଯ୍ୟନ୍ତ ଯାଇଥିଲା ଏବଂ ସେଠାରେ ରାସ୍ତା ଉପରେ ବସି କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ବିଏମ୍‌ସି କମିଶନର ଏବଂ ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ କରାଯାଇଥିଲା।

ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଭୁବନେଶ୍ୱର ବାସିନ୍ଦା ୨୨ ବର୍ଷ ଧରି ନବୀନ ସରକାରକୁ ସମର୍ଥନ କରୁଛନ୍ତି। ମାତ୍ର ପ୍ରତିବଦଳରେ ନବୀନ ବାବୁ ଭୁବନେଶ୍ୱର ବାସିନ୍ଦାଙ୍କ ତଂଟି ଚିପି ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ଆଦାୟ କରିବା ପାଇଁ ବ୍ୟବସ୍ଥା କରିଛନ୍ତି। ଏହା ପୂର୍ବ ଦେୟର ଦଶଗୁଣରୁ ଅଧିକ। ସ୍ଥଳ ବିଶେଷରେ ଏହା କୋଡିଏ ପଚିଶ ଗୁଣର ହୋଇଥିବା ମଧ୍ୟ ଦେଖାଯାଇଛି। ଧାରା ୨୧୭ ଅନୁସାରେ ପ୍ରସ୍ତାବ ଦେବା ପ୍ରଶ୍ନ ଉଠୁଛି କେଉଁଠୁ? ଧାରା ୨୧୮ ଅନୁସାରେ ଗୋଟିଏ ମୂଲ୍ୟାୟନ ଟ୍ରିବ୍ୟୁନାଲ ଗଠନ ହେବା କଥା, ତାହା ହୋଇନାହିଁ। ଧାରା ୨୧୯ ଅନୁସାରେ ସବୁ ନାଗରିକଙ୍କୁ ନୋଟିସ ଜରିଆରେ ହିସାବ ଜଣାଇବେ। ତାହା ହୋଇନାହିଁ। ଏଣୁ ବିଏମ୍‌ସି ଏବଂ ରାଜ୍ୟ ସରକାରଙ୍କର ଭୁବନେଶ୍ୱର ବାସିନ୍ଦାଙ୍କ ପ୍ରତି ହୋଇଥିବା ଅନ୍ୟାୟକୁ କଂଗ୍ରେସ ଦଳ ବରଦାସ୍ତ କରିବ ନାହିଁ। ବୃଦ୍ଧି ଟିକସ ପ୍ରତ୍ୟାହାର ନହେବା ଯାଏ ଆନ୍ଦୋଳନ ଜାରି ରହିବ। ଏହି ପ୍ରସଙ୍ଗରେ ଆଗାମୀ ଦିନରେ ଭୁବନେଶ୍ୱରରେ ଷ୍ଟ୍ରିଟ୍ କର୍ଣ୍ଣର ମିଟିଂ ଏବଂ ବିଏମ୍‌ସି ଅଫିସ୍ ଘେରାଉ କରାଯିବ ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଧାୟକ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ୍ ଦାସ, ମନୋରଞ୍ଜନ ଦାଶ, ଶୁଭେନ୍ଦୁ ମହାନ୍ତି, ରଂଜିତ୍ ପାତ୍ର, ଅଜୟ ସାହୁ, ସୁବ୍ରତ ମହାପାତ୍ର, ଜୟକୃଷ୍ଣ ସୁବୁଦ୍ଧି, ଅବିନାଶ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

ହୋଲ୍‌ଡ଼ିଂ ଟ୍ୟାକ୍‌ସ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026

ଇରାନ ଯୁଦ୍ଧ ଯୋଗୁଁ ବିଶ୍ୱ ଅର୍ଥନୀତିରେ ଗୁରୁତର ବିପର୍ଯ୍ୟୟ ଆଶଙ୍କା

April 9, 2026

ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଗ୍ନିକାଣ୍ଡ

April 9, 2026
Latest News

ଓଡ଼ିଶା ଉଠା ଜଳସେଚନ ନିଗମର ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

April 10, 2026

ଆଜି ଏପ୍ରିଲ ୧୦ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଶତ୍ରୁମାନେ ହେବେ ପରାସ୍ତ

April 10, 2026

ଇରାନ ଯୁଦ୍ଧ ଯୋଗୁଁ ବିଶ୍ୱ ଅର୍ଥନୀତିରେ ଗୁରୁତର ବିପର୍ଯ୍ୟୟ ଆଶଙ୍କା

April 9, 2026

ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଗ୍ନିକାଣ୍ଡ

April 9, 2026

ଆଇଏନଏସ ଚିଲିକାରେ ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତ୍ୟୁ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.