କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାର ୮୫୪ ଆକ୍ରାନ୍ତ ଚିହ୍ନଟ

Published: Mar 11, 2021, 10:35 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୨ ହଜାର ୮୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୨୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୨ ଲକ୍ଷ ୮୫ ହଜାର ୫୬୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୧୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୩୮ ହଜାର ୧୪୬ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୯ ହଜାର ୨୨୬ ଆକ୍ଟିଭ୍‌ କେସ୍ ରହିଛି।

Related posts