
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ କଟକ ଜିଲ୍ଲାରୁ ୧୬, ସୁନ୍ଦରଗଡରୁ ୧୩, ସମ୍ବଲପୁରରୁ ୧୨, ଖୋର୍ଦ୍ଧାରୁ ୮, ମୟୂରଭଞ୍ଜରୁ ୬, ବାଲେଶ୍ବରରୁ ୫, ଝାରସୁଗୁଡ଼ାରୁ ୫, ନବରଙ୍ଗପୁରରୁ ୪, ପୁରୀରୁ ୪, ସୋନପୁରରୁ ୪, ବରଗଡରୁ ୩, ଅନୁଗୁଳରୁ ୨, ନୟାଗଡରୁ ୨ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୪୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୯୨ କୁ ବୃଦ୍ଧି ହୋଇଛି। ତେବେ ୬୧୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।