Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଲଟିଲା ବୋଟ: ଅଳ୍ପକେ ବର୍ତ୍ତିଲେ ୯ ପର୍ଯ୍ୟଟକ
ଆଜିର ଖବର

ଓଲଟିଲା ବୋଟ: ଅଳ୍ପକେ ବର୍ତ୍ତିଲେ ୯ ପର୍ଯ୍ୟଟକ

March 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗୋପାଳପୁର ସମୁଦ୍ର ବେଳାଭୂମି ନିକଟରେ ସମୁଦ୍ର ବୁଲିବା ପାଇଁ ସମୁଦ୍ର ମଧ୍ୟକୁ ଯାଇଥିବା ଏକ ବେଲୁନ୍ ବୋଟଟି ଓଲଟି ପଡ଼ିଥିବାବେଳେ ସୌଭାଗ୍ୟବଶତଃ କୌଣସି କ୍ଷତି ଘଟିନାହିଁ।

ଘଟଣାରୁ ପ୍ରକାଶ ଯେ, ସବୁଦିନ ପରି ଏକ ୯ ଜଣିଆ ପର୍ଯଟକ ଦଳ ଯେଉଁଥିରେ କି କିଛି ବୃଦ୍ଧ, ଯୁବକ ଏବଂ ପରିବାର ସଦସ୍ୟମାନେ ସମୁଦ୍ର ମଧ୍ୟକୁ ବୁଲିବାକୁ ଏକ ବେଲୁନ୍ ବୋଟ ଭଡ଼ା କରି ଯାଇଥିଲେ। ସମୁଦ୍ର ମଧ୍ୟରୁ ଫେରିବା ବେଳେ ବେଳାଭୂମି ନିକଟରେ କିଛି ବ୍ୟକ୍ତି ବୋଟ ଉପରେ ଛିଡ଼ା ହୋଇହୋଇପଡ଼ିବା ଫଳରେ ବୋଟ୍‌ଟି ଓଲଟି ଯାଇଥିଲା। ଫଳରେ ବୋଟରେ ବସିଥିବା ପର୍ଯ୍ୟଟକମାନେ ସମୁଦ୍ର ମଧ୍ୟକୁ ପଡ଼ିଯାଇଥିଲେ। ସଂଗେ ସଂଗେ ବେଳାଭୂମି ନିକଟରେ ଥିବା ଲାଇଫ୍‌ଗାର୍ଡ଼ ସଦସ୍ୟମାନେ ସେମାନଙ୍କୁ ଉଦ୍ଧାର କରି କୂଳକୁ ଆଣିଥିଲେ। ତଟ ନିକଟରେ ଏହି ଦୁର୍ଘଟଣାଟି ଘଟିଥିବାରୁ କାହାର କିଛି କ୍ଷତି ହୋଇନାହିଁ। ବୋଟର ସମସ୍ତ ଯାତ୍ରୀ ବର୍ତ୍ତମାନ ସୁରକ୍ଷିତ ଅଛନ୍ତି।

ତେବେ ଏହି ବୋଟ ପଲଟିବା ପରେ ବୋଟରେ ବୁଲିବା ପାଇଁ ଅନୁମତି ଆଣିଥିବା ସଂସ୍ଥାର ଲୋକେ କେଉଁଆଡ଼େ ଫେରାର୍ ହୋଇଯିବା ଶୁଣିବାକୁ ମିଳୁଛି। ଏନେଇ ଥାନାରେ ଅଭିଯୋଗ ହୋଇଥିବାବେଳେ ପୋଲିସ୍ ଘଟଣାଟିର ଅନୁସନ୍ଧାନ କରୁଛି।

ଗୋପାଳପୁର ସମୁଦ୍ର ବେଳାଭୂମି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026
Latest News

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.