
ନୂଆଦିଲ୍ଲୀ, ଶିଶୁ ସାହିତ୍ୟିକ ଡ. ରାମଚନ୍ଦ୍ର ନାୟକଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନିତ ହୋଇଛନ୍ତି। ତାଙ୍କ ରଚିତ ଶିଶୁ ଗଳ୍ପ ପୁସ୍ତକ ‘ବଣ ଦେଉଳରେ ସୁନା ନେଉଳ’ ପାଇଁ ବାଲ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ । ଚଳିତ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର ତାଲିକା ପ୍ରକାଶ ପାଇଛି ।
କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ୍ ଅତାସାହି ଗାଁର ହେଉଛନ୍ତି ରାମଚନ୍ଦ୍ର। ତାଙ୍କ ଦ୍ବାରା ରଚିତ ଶିଶୁ ସାହିତ୍ୟ ବେଶ ଲୋକପ୍ରିୟତା ଅର୍ଜନ କରିଛି। ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନିତ କରାଯାଇଥିବାରୁ ବିଭିନ୍ନ ମହଲରେ ଖୁସିର ଲହରି ଖେଳିଯାଇଛି।