Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଶନଶକ୍ତି ବିଭାଗ କମିଶନର ସୁଜାତା କର୍ତ୍ତିକେୟନଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ
ଆଜିର ଖବର

ମିଶନଶକ୍ତି ବିଭାଗ କମିଶନର ସୁଜାତା କର୍ତ୍ତିକେୟନଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ

March 13, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ରାଜ୍ୟ ମିଶନଶକ୍ତି ବିଭାଗର କମିଶନର ତଥା ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟନ ଏକ ଦିନିକିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଏକ ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ବହୁବର୍ଷ ହେଲା ରାଜ୍ୟ ସରକାର ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ବହୁତ ଗୁରୁତ୍ୱ ଦେଉଛନ୍ତି ଓ ୨ରୁ ୩ବର୍ଷ ହେବ ଏଥିପାଇଁ ଅଧିକ ବ୍ୟୟ ବଜେଟ୍ କରିଛନ୍ତି ବୋଲି ନିର୍ଦ୍ଦେଶିକା ପ୍ରକାଶ କରିଥିଲେ।

୨୦୧୯ କ୍ୟାବିନେଟ ନିଷ୍ପତି ମାଧ୍ୟମରେ ରାଜ୍ୟ ସରକାର ୫୦୦୦ କୋଟି ଟଙ୍କାର କାମ କେବଳ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ପ୍ରଦାନ କରାଯିବା ପାଇଁ ବ୍ୟବସ୍ଥା କରିଛନ୍ତି। ମିଶନଶକ୍ତି ଋଣ ମାଧ୍ୟମରେ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣକୁ ସୁଧ ଛାଡ କରାଯାଇଛି। ସେହିସୁଧ ମହିଳା ମାନଙ୍କ ଖାତାକୁ ଯାଇଛି। ଏବର୍ଷ ମହିଳା ମାନଙ୍କୁ ୪ହଜାର କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି। ମହିଳା ମାନଙ୍କ ସୁବିଧା ନିମନ୍ତେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣର ସୁଧ ଛାଡ ପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ।

ରାଜ୍ୟ ସରକାର ପ୍ରଥମଥର ପାଇଁ ମିଶନଶକ୍ତିକୁ ଏକ ସ୍ୱତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି। ଜିଲ୍ଲାରେ କ’ଣ ସବୁ ସମସ୍ୟା ଅଛି ସେଥିପାଇଁ ସମସ୍ତ ଜିଲ୍ଲା ଗସ୍ତକରି ତାହାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି।

ଏହି ସମୀକ୍ଷା ବୈଠକରେ ବ୍ଲକ୍ ସ୍ତରୀୟ ଫେଡେରେସନର କାର୍ଯ୍ୟକ୍ରମ, ବ୍ୟାଙ୍କ୍ ଲିଙ୍କେଜ୍, ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ମିଶନଶକ୍ତି ଗୃହ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା। ଚଳିତ ବଜେଟରେ ପ୍ରସ୍ତାବ ଅଛି ପ୍ରତି ବ୍ଲକ୍ ମହାସଂଘ ପାଇଁ ୫୦ଲକ୍ଷ ଟଙ୍କାର ସ୍ୱତନ୍ତ୍ର ମିଶନଶକ୍ତି ଗୃହ ନିର୍ମାଣ କରାଯିବ ଏବଂ ସେମାନେ ନିଜେ ଗୃହ ନିର୍ମାଣର ଦାୟୀତ୍ୱ ନେଇପାରିବେ। ସେହି ମିଶନଶକ୍ତି ଗୃହରେ ବ୍ଲକ୍ ମହାସଂଘର ବୈଠକ, ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ ବିକ୍ରୟ କେନ୍ଦ୍ର ଖୋଲାଯିବ।

ଯେଉଁ ଏସ୍.ଏଚ୍.ଜି ମାନେ ଋଣ ପାଇପାରୁ ନାହାଁନ୍ତି କିମ୍ବା ଜି.ପି.ଏଲ୍.ଏଫ୍ ଓ ସି.ସିଲ୍.ଏଫ୍ ର ସହାୟତା ପାଉନାହାନ୍ତି କିନ୍ତୁ ତାଙ୍କର ନିହାତି ଆବଶ୍ୟକତା ଅଛି ରୋଜଗାର ଭିତ୍ତିକ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ, କିମ୍ବା ଖାଦ୍ୟ ସୁରକ୍ଷା, ଜରୁରୀ ମେଡିକାଲ ଟ୍ରିଟମେଣ୍ଟ୍ ପାଇଁ ସେଥିପାଇଁ ସରକାର ପ୍ରତି ବ୍ଲକକୁ ୨୫ଲକ୍ଷ ଟଙ୍କା ରିଭିଲଭିଙ୍ଗ୍ ଫଣ୍ଡ୍ ଯୋଗାଇ ଦେଇଛନ୍ତି। ଜଗତସିଂହପୁର ଜିଲ୍ଲାରେ ତିର୍ତ୍ତୋଲ ବ୍ଲକ ବ୍ୟତୀତ ସମସ୍ତ ବ୍ଲକ୍ ପାଇଁ ୧କୋଟି ୨୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।

ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ମିଶନଶକ୍ତି ବିଭାଗର କମିଶନର ତଥା ନିର୍ଦ୍ଦେଶିକାଙ୍କୁ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବ୍ଲକ୍ ଫେଡେରେସନ ଓ ଓଡ଼ିଶା ଜୀବିକା ମିଶନର ସଫଳତା ସମ୍ପର୍କରେ ଅବଗତ କରାଇଥିଲେ। ଜିଲ୍ଲାରେ ଜୀବିକା ନିର୍ବାହ କାର୍ଯ୍ୟରେ ୧୩୩୮ ଏସ୍.ଏଚ୍.ଜି ଗୃପକୁ ନିୟୋଜିତ କରାଯାଇଛି। ଜିଲ୍ଲାରେ ୨,୧୭,୨୪୬ ଜଣ ମହିଳା ୧୯୫୩୨ଟି ସ୍ୱୟଂ ସହାୟକ ଦଳରେ ଅନ୍ତର୍ଭୁକ୍ତ ହୋଇଛନ୍ତି।

ଏହି ବୈଠକରେ ମିଶନଶକ୍ତି ବିଭାଗର ଉପ-ଶାସନ ସଚିବ ବିନୋଦ କୁମାର ଜେନା, ଟିମ୍ ଲିଡର ଚୌଧୁରୀ ଶ୍ରୀପତି ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ସରୋଜ କାନ୍ତ ମହାନ୍ତି, ସମାଜ ମଙ୍ଗଳ ଅଧିକାରିଣୀ ସ୍ୱର୍ଣ୍ଣ ମଞ୍ଜରୀ ନାୟକ, ଡେପୁଟି ସିଇଓ ଓରମାସ ସତ୍ୟସୁନ୍ଦର ଶିବରାମ ପାଇଟାଳ, ବ୍ଲକ୍ ଫେଡେରେସନ ସଭାପତି, ସମ୍ପାଦକଙ୍କ ସମେତ ଜୀବିକା ମିଶନ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

ଜଗତସିଂହପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.