କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୪ ହଜାର ୪୯୨ ଆକ୍ରାନ୍ତ ଚିହ୍ନଟ

Published: Mar 16, 2021, 10:38 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୪ ହଜାର ୪୯୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୪ ଲକ୍ଷ ୯ ହଜାର ୮୩୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୮୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୨୭ ହଜାର ୫୪୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୨୩ ହଜାର ୪୩୨ ଆକ୍ଟିଭ୍‌ କେସ୍ ରହିଛି।

Related posts