
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୨, କଟକରୁ ୮, ଯାଜପୁରରୁ ୮, ମୟୂରଭଞ୍ଜରୁ ୮, ଅନୁଗୁଳରୁ ୭, ସୁନ୍ଦରଗଡରୁ ୭, ଦେବଗଡ଼ରୁ ୪, ବରଗଡରୁ ୨, ଗଞ୍ଜାମରୁ ୨, ଝାରସୁଗୁଡାରୁ ୨, ପୁରୀରୁ ୨, ସମ୍ବଲପୁରରୁ ୨, ରାୟଗଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୯୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୪୮୯ କୁ ବୃଦ୍ଧି ହୋଇଛି। ତେବେ ୫୯୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।