
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୬ ହଜାର ୯୫୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୬ ଲକ୍ଷ ୪୬ ହଜାର ୮୧ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୯୬୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୫୧ ହଜାର ୪୬୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୩୪ ହଜାର ୬୪୬ ଆକ୍ଟିଭ୍ କେସ୍ ରହିଛି।
Tags: ଆକ୍ରାନ୍ତ ଚିହ୍ନଟ, କରୋନା ଅପଡେଟ୍