ରାଜ୍ୟରେ ଆଜି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Mar 24, 2021, 12:26 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୯ ଜଣ ଚିହ୍ନଟ ହୋଇଥିବା ବେଳେ ୭୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୨୬୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦୦୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୨୭ ଜଣ, କଟକ ଜିଲ୍ଲାରୁ ୨୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୨ ଜଣ, ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ୨୩ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୭ ଜଣ ସୋନପୁର ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts