ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ ଜଣ କରୋନା ଆକ୍ରାନ୍ତ

Published: Mar 24, 2021, 8:30 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବରଗଡରୁ ୧୦, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୯, ସୁନ୍ଦରଗଡରୁ ୭, ବାଲେଶ୍ବରରୁ ୫, କଟକରୁ ୫, ଯାଜପୁରରୁ ୫, ନବରଙ୍ଗପୁରରୁ ୪, ରାୟଗଡାରୁ ୪, ଜଗତସିଂହପୁରରୁ ୩, ସମ୍ବଲପୁରରୁ ୩, ଗଞ୍ଜାମରୁ ୨, ନୂଆପଡ଼ାରୁ ୨, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୩୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬ କୁ ବୃଦ୍ଧି ହୋଇଛି। ତେବେ ୯୩୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts