
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସୁନ୍ଦରଗଡରୁ ୧୫, ମୟୂରଭଞ୍ଜରୁ ୧୧, ଖୋର୍ଦ୍ଧାରୁ ୮, ବଲାଙ୍ଗୀରିରୁ ୭, ବାଲେଶ୍ବରରୁ ୫, କଟକରୁ ୫, ଅନୁଗୁଳରୁ ୪, ଯାଜପୁରରୁ ୪, ପୁରୀରୁ ୩, ଦେବଗଡ଼ରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୪୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦ କୁ ବୃଦ୍ଧି ହୋଇଛି। ତେବେ ୧୦୦୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।