Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ
ଆଜିର ଖବର

ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ

March 26, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତିର ଏକ ସମ୍ମିଳନୀ କୋଭିଡ୍ ମାର୍ଗଦର୍ଶିକା ଅନୁଯାୟୀ ଆଦିକବି ସାରଳା ଦାସ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀକୁ ଜିଲ୍ଲାପରିଷଦ ଅଧ୍ୟକ୍ଷା ପ୍ରିୟଦର୍ଶିନୀ ବିଶ୍ୱାଳ ଉଦଘାଟନ କରିଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ବିଜୟା ପଣ୍ଡା ସ୍ୱାଗତ ସୂଚନା ପ୍ରଦାନ କରିଥିଲେ। ଜିଲ୍ଲା ସ୍ତରରେ ସବୁଠାରୁ ଉତ୍ତମ କାର୍ଯ୍ୟ କରିଥିବା ୩ଜଣ ଆଶା କର୍ମୀଙ୍କୁ ୧ମ, ୨ୟ ଓ ୩ୟ ହାସଲ କରିଥିବାରୁ ୧୨ହଜାର ଟଙ୍କା, ୧୦ହଜାର ଟଙ୍କା ଏବଂ ୮ହଜାର ଟଙ୍କା ଇ-ଟ୍ରାନ୍ସଫର୍ କରାଯାଇଥିଲା।

ସେହିପରି ଗାଁ କଲ୍ୟାଣ ସମିତି କାର୍ଯ୍ୟକ୍ରମ ତରଫରୁ ପ୍ରତ୍ୟେକ ବ୍ଲକରୁ ଗୋଟିଏ ଗାଁକୁ ସୁସ୍ଥ ଗାଁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିରେ ପ୍ରତ୍ୟେକଙ୍କୁ ୧୦ହଜାର ଟଙ୍କା ଇ-ଟ୍ରାନ୍ସଫର୍ କରାଯାଇଥିଲା। ସହରାଞ୍ଚଳ ସ୍ୱାସ୍ଥ୍ୟସେବା ଅନ୍ତର୍ଗତ ୬ଟି ମହିଳା ଆରୋଗ୍ୟ ସମିତିକୁ ମାନପତ୍ର ସହ ୩ହଜାର ଟଙ୍କା ଇ-ଟ୍ରାନ୍ସଫର୍ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଡଃ ପ୍ରମୋଦ କୁମାର ବାରିକ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ନୋଡାଲ ଅଫିସର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ସିନିୟର କନସଲଟାଣ୍ଟ ଆଶା ଓ ଗାଁ କଲ୍ୟାଣ ସମିତି ସୁଶାନ୍ତ କୁମାର ନାୟକ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାରେ ଗୋଷ୍ଠୀ ସହଭାଗିତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ପ୍ରାରମ୍ଭରେ ପ୍ରଜନନ ଓ ଶିଶୁ ସ୍ୱାସ୍ଥ୍ୟ ଉପ-ପରିଚାଳକ ସୁକାନ୍ତ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଡଃ ଶତୃଘ୍ନ ଦାଶ, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ଭି.ବି.ଡି), ଡି.ପି.ଏମ୍ ଚକ୍ରଧର ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଅର୍ବାନ ହେଲଥ୍ ଆସିଷ୍ଟାଣ୍ଟ ମ୍ୟାନେଜର ମମତା ଦାଶ, ଗାଁ କଲ୍ୟାଣ ସମିତି ଆସିଷ୍ଟାଣ୍ଟ ମ୍ୟାନେଜର ସୁଜାତା ପ୍ରିୟମ୍ବଦା ଦାଶ, ସ୍ବସ୍ତି ମହାନ୍ତି, ଅଶିତ କୁମାର ଦାଶ, ଜ୍ୟୋସ୍ନା ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ବ୍ଲକ ସ୍ତରରୁ ମେଡିକାଲ ଅଫିସର ,ବି.ପି.ଏମ୍ ,ଏ.ଡି.ପି.ଏଚ୍.ଇଓ ସଚଳା ମହାନ୍ତି, ଆଶାକର୍ମି, ଗାଁ କଲ୍ୟାଣ ସମିତିର ସଭ୍ୟସଭ୍ୟା, ସରପଞ୍ଚ ଏବଂ ମହିଳା ଆରୋଗ୍ୟ ସମିତି ସଭ୍ୟସଭ୍ୟା ମାନେ ଉପସ୍ଥିତ ଥିଲେ।ଆଶା ଆସିଷ୍ଟାଣ୍ଟ ମ୍ୟାନେଜର ଅମିତା ପଣ୍ଡା କାର୍ଯ୍ୟକ୍ରମରେ ସହାୟତା କରିବା ସହିତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

ଆଶା ଗାଁ କଲ୍ୟାଣ ସମିତି ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନୀତି ଆୟୋଗର ୧୧ତମ ପରିଚାଳନା ପରିଷଦ ବୈଠକର ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

June 11, 2026

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026
Latest News

ନୀତି ଆୟୋଗର ୧୧ତମ ପରିଚାଳନା ପରିଷଦ ବୈଠକର ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

June 11, 2026

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.