କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୬୨ ହଜାର ୨୫୮ ଆକ୍ରାନ୍ତ ଚିହ୍ନଟ

Published: Mar 27, 2021, 10:17 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୨୫୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୯୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୯ ଲକ୍ଷ ୮ ହଜାର ୯୧୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୧ ହଜାର ୨୪୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୨ ଲକ୍ଷ ୯୫ ହଜାର ୨୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫୨ ହଜାର ୬୪୭ ଆକ୍ଟିଭ୍‌ କେସ୍ ରହିଛି।

Related posts